ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ। ନଚେତ୍‌ କୌଣସି ମନ୍ତ୍ରୀଙ୍କୁ ଜିଲାକୁ ପୂରାଇ ଦିଆଯିବ ନାହିଁ, ବରଂ ତାଙ୍କୁ କଂଗ୍ରେସ ପକ୍ଷରୁ ଘେରାଉ କରାଯିବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ଚେତାବନୀ ଦେଇଛନ୍ତି। ଏହି ସମସ୍ୟା ନେଇ ଗତ ୨୭ ତାରିଖରୁ ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ କଂଗ୍ରେସ ପକ୍ଷରୁ ଚାଲିଥିବା ଧାରଣାରେ ମଙ୍ଗଳବାର ପିସିସି ସଭାପତି ଦାସ ସାମିଲ ହୋଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ରାଜ୍ୟରେ ଭାଜପା ସରକାର ଶାସନରେ ଥିବାବେଳେ ଭବାନୀପାଟଣା ବିଧାୟକ ଅଛନ୍ତି ବିରୋଧୀ କଂଗ୍ରେସ ଦଳର ସାଗର ଚରଣ ଦାସ। ତେଣୁ ରାଜନୈତିକ ଉଦ୍ଦେଶ୍ୟ ରଖି ଭବାନୀପାଟଣା ବିଧାୟକଙ୍କ ଛବି ମଳିନ କରିବାକୁ ଏମାନେ ସେତୁ କରୁନାହାନ୍ତି। ଶୀଘ୍ର ତୁର୍କେଲ ସେତୁର ଟେଣ୍ଡର ପ୍ରକ୍ରିୟା ସରକାର କରନ୍ତୁ ବୋଲି ସେ ଚେତାଇ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୨୭ରେ ପ୍ରବଳ ବର୍ଷା ଯୋଗୁ ଭବାନୀପାଟଣାରୁ ନୂଆପଡ଼ା ଜିଲାକୁ ସଂଯୋଗ କରୁଥିବା ତୁର୍କେଲ ତେଲନଦୀ ବ୍ରିଜ ଗୋଟିଏ ପଟେ ଦବିଯିବା ଯୋଗୁ ପୂର୍ତ୍ତ ବିଭାଗ ପକ୍ଷରୁ ଅକ୍ଟୋବର ୬ରେ ବ୍ରିଜ୍‌ ଉପରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା। ଇତିମଧ୍ୟରେ ୮ ମାସ ହେଲା ପୋଲ ମରାମତି ନ ହେବା କାରଣରୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ କଂଗ୍ରେସ ବ୍ରିଜ ନିକଟରେ ଧାରଣାରେ ବସିଥିଲା। ଜିଲା ପ୍ରଶାସନ ୧୫ ଦିନ ମଧ୍ୟରେ ପୋଲ ମରାମତି ପାଇଁ ପ୍ରତିଶ୍ରୁତି ଦେବା ପରେ କଂଗ୍ରେସ ଆନ୍ଦୋଳନରୁ ଓହରିଥିଲା। ହେଲେ ଜିଲା ପ୍ରଶାସନ ପଦକ୍ଷେପ ନ ନେବାରୁ ଗତ ଏପ୍ରିଲ ୨୭ରୁ କଂଗ୍ରେସ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅହୋରାତ୍ର ଧାରଣା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?