ଦଳ ଛାଡ଼ିଥିବା ନେତାଙ୍କୁ ଫେରି ଆସିବାକୁ ପିସିସି ସଭାପତିଙ୍କ ନିବେଦନ

ଭୁବନେଶ୍ୱର,୧୫।୨(ସୁନୀତ ମିଶ୍ର):କଂଗ୍ରେସରୁ ବିଗତ ଦିନରେ ଦଳ ବିରୋଧୀ କାର୍ଯ୍ୟ ହେଉ ବା ଅନ୍ୟ କୌଣସି କାରଣରୁ ନିଲମ୍ବିତ ନେତାମାନଙ୍କୁ ପୁଣି ଥରେ ଦଳକୁ ଫେରାଇ ଅଣାଯିବ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଶୁକ୍ରବାର ଏନେଇ ଏକ ଚିଠି ଜାରି କରିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ଯେଉଁମାନଙ୍କୁ ବିଗତ ଦିନରେ କୌଣସି ପରିସ୍ଥିତି ନେଇ ନିଲମ୍ବନ ବା ବହିଷ୍କାର କରାଯାଇଥିଲା, ତାକୁ ପ୍ରତ୍ୟାହାର କରିନିଆଗଲା। ବିଭିନ୍ନ ସମୟରେ କୌଣସି ନା କୌଣସି କାରଣରୁ ଯେଉଁମାନେ ଦଳ ଛାଡ଼ି ଚାଲିଯାଇଛନ୍ତି, ସେମାନେ ପୁନର୍ବାର ଫେରି ଆସିବାକୁ ସଭାପତି ନିବେଦନ କରିଛନ୍ତି।
ସେ ଆହୁରି ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ, ସେମାନଙ୍କୁ କଂଗ୍ରେସ ତରଫରୁ ସମ୍ମାନର ସହ ସ୍ବାଗତ କରାଯିବ। ଗତ ସାଧାରଣ ନିର୍ବାଚନ ସମୟରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ସୁରେଶ କୁମାର ରାଉତରାୟଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା। ତେବେ ଏହି ନିଲମ୍ବନ ଆଦେଶ ପ୍ରତ୍ୟାହାର ପରେ ସୁରେଶ କହିଛନ୍ତି ଯେ, ଦଳକୁ ଫେରାଇ ନେଲେ କଂଗ୍ରେସ ପାଇଁ ସେ ଫୁଲ୍‌ ଦମ୍‌ରେ କାମ କରିବେ। କଂଗ୍ରେସର ପୁରୁଣା ନେତା ଓ ତାଙ୍କ ପ୍ରତି ଅନ୍ୟାୟ କରାଯାଇଛି। ନୂଆ ସଭାପତି ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri