ଆଜିଠୁ ଶିଶୁଙ୍କୁ ପିସିଭି ଟିକା

ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍‌ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ ସାରା ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଭୁବନେଶ୍ୱର ୟୁନିଟ୍‌-୪ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏହି ଟିକାକରଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ଏହି ଟିକାର ତିନୋଟି ଡୋଜ୍‌ ଦିଆଯିବ। ପ୍ରଥମ ଡୋଜ୍‌ ଦେଢ଼ ମାସରେ, ଦ୍ୱିତୀୟଟି ସାଢ଼େ ତିନି ମାସରେ ଓ ତୃତୀୟ ଡୋଜ୍‌ ୯ ମାସରେ ଦିଆଯିବ। ବିଶ୍ୱର ୧୪୬ଟି ଦେଶରେ ଏହାର ବ୍ୟବହାର ହେଉଥିବାବେଳେ ଭାରତରେ ବିହାର, ହିମାଚଳ ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଉତ୍ତର ପ୍ରଦେଶ ଆଦି ୫ ରାଜ୍ୟରେ ୨୦୧୭ରୁ ଚାଲୁଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏହି ଟିକାକୁ ୟୁନିଭର୍ସାଲ ଇମ୍ୟୁନାଇଜେଶନ ପ୍ରୋଗ୍ରାମ(ୟୁଆଇପି)ରେ ସାମିଲ କରାଯାଇଛି। ଏହି ଟିକା ବ୍ୟୟବହୁଳ ହୋଇଥିବାବେଳେ ରାଜ୍ୟ ସରକାର ଏହାକୁ ମାଗଣାରେ ଦେବେ। ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଇମୁନାଇଜେଶନ ଅଫିସର ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ଆସିଥିବା ୮୮,୪୦୦ ଟିକା ସବୁ ଜିଲାକୁ ବଣ୍ଟନ କରାଯାଇଛି। ପ୍ରତି ବୁଧବାର ପିଲାଙ୍କୁ ଏହି ଟିକା ଦିଆଯିବ। ଏହାର ସେଭଳି କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri