ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ନିର୍ଦ୍ଧାରିତ ପରିମାଣଠାରୁ କମ୍ ଚାଉଳ ଦିଆଯାଉଥିବାରୁ ହିତାଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ଅଭିଯୋଗ ଅନୁସାରେ, ଦେରଗୁଡ଼ା ଗ୍ରାମର ଚୀନା ଦେଇ ମାଝୀ ୩୫ କିଲୋ ବଦଳରେ ୩ କିଲୋ କମ୍ ପାଉଥିବା ବେଳେ, ୧୯ ନମ୍ବର ୱାର୍ଡର ଅନ୍ୟ ହିତାଧିକାରୀମାନେ ପ୍ରତି ମାସରେ ୨ରୁ ୫ କିଲୋଗ୍ରାମ ଚାଉଳ କମ୍ ପାଉଛନ୍ତି। ଏହି ଅନିୟମିତତା ବିରୋଧରେ ଉମର ମାଝୀ, ଅଷ୍ଟମୀ ମାଝୀ, ରଞ୍ଜିତା ନାଏକ, ମହେଶ୍ୱର ନାଏକ, ପ୍ରଦୀପ କୁମାର ନାଏକ ଓ ଧନେଶ୍ୱର ନାଏକଙ୍କ ସମେତ ଅନେକ ହିତାଧିକାରୀ ବ୍ଲକ୍ ଯୋଗାଣ ନିରୀକ୍ଷକ (MI)ଙ୍କ ନିକଟରେ ଅଭିଯୋଗ କରିଥିଲେ।

ଅଭିଯୋଗ ପରେ ଏମ୍‌ଆଇ ଗୋଡାଉନ୍‌ରେ ପହଞ୍ଚି ଅନ୍ୟ ମେସିନ୍ ଦ୍ୱାରା ଯାଞ୍ଚ କରିବାରୁ ଓଜନରେ ୮୦୦ ଗ୍ରାମରୁ ୩ କିଲୋ ପର୍ଯ୍ୟନ୍ତ ତଫାତ୍ ଥିବା ପ୍ରମାଣିତ ହୋଇଥିଲା। ଘଟଣା ପରେ ସମ୍ପୃକ୍ତ ଓଜନ ମେସିନ୍‌କୁ ତୁରନ୍ତ ବନ୍ଦ କରାଯାଇଛି। ତେବେ ଯୋଗାଣ ସହାୟକ ଏହାକୁ ଯାନ୍ତ୍ରିକ ତ୍ରୁଟି ଦର୍ଶାଉଥିବା ବେଳେ, ପ୍ରତ୍ୟେକ କାର୍ଡରୁ କାଟି ରଖାଯାଉଥିବା ଏତେ ପରିମାଣର ବଳକା ଚାଉଳ କୁଆଡ଼େ ଯାଉଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗରିବଙ୍କ ଆହାର ହେରଫେର୍ ଘଟଣାର ନିରପେକ୍ଷ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?