ଦୁର୍ଗାପୂଜା ପାଇଁ ବସିଲା ଶାନ୍ତି କମିଟି: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଝାରସୁଗୁଡ଼ା ଅଫିସ,୨୩ା୯: ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ପ୍ରେକ୍ଷାଳୟରେ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଦୁର୍ଗାପୂଜା ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଏସ୍‌ପି ରାହୁଲ ଜୈନ, ଅତିରିକ୍ତ ଜିଲାପାଳ (ସାଧାରଣ) ପ୍ରବୀର କୁମାର ନାୟକ, ଉପଜିଲାପାଳ ଦୟାମୟ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ସାମଲ ଦୁର୍ଗାପୂଜା ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଆଇନଶୃଙ୍ଖଳା ରକ୍ଷା ପୂର୍ବକ ପୂଜା ପାଳନ କରିବା ଲାଗି ପୋଲିସ ପ୍ରଶାସନକୁ ସହଯୋଗ ପାଇଁ ଏସ୍‌ପି ଜୈନ କହିଥିଲେ। ଅକ୍ଟୋବର ୭ରେ ଭସାଣି ଶୋଭାଯାତ୍ରା ଅନୁଷ୍ଠିତ ହେବାକୁ ବୈଠକରେ ସ୍ଥିର ହୋଇଛି। ପୂଜା ପୂର୍ବରୁ ରାସ୍ତାଘାଟ ମରାମତି ଓ ଆଲୋକ ବ୍ୟବସ୍ଥା ବ୍ୟବସ୍ଥିତ କରିବା ସକାଶେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସମସ୍ତ ପୂଜା କମିଟି କର୍ମକର୍ତ୍ତା ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ଜିଲାପାଳ ନାୟକ ସୂଚନା ପ୍ରଦାନ ସହ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri