ଶାନ୍ତି ପାଇଁ ଇଏସି ବୈଠକ

କିନ୍‌ଶାସା/କିଗାଲି,୨୧।୬: ର୍ବାଣ୍ଡା ଏବଂ କଙ୍ଗୋ ମଧ୍ୟରେ ଉତ୍ତେଜନା ବୃଦ୍ଧିକୁ ଦୃଷ୍ଟିରେ ରଖି ଇଷ୍ଟ୍‌ ଆଫ୍ରିକାନ୍‌ କମ୍ୟୁନିଟି (ଇଏସି)ର ୭ ଦେଶ ବୁରୁଣ୍ଡି, କଙ୍ଗୋ, କେନିୟା, ର୍ବାଣ୍ଡା, ଉଗାଣ୍ଡା, ସାଉଥ୍‌ ସୁଦାନ ଏବଂ ତାଞ୍ଜାନିଆ ଚଳିତ ବର୍ଷ ଏକ ଆଞ୍ଚଳିକ ଫୋର୍ସ ଗଠନ କରିଛନ୍ତି। କଙ୍ଗୋ ସହ ଯୁଦ୍ଧ ହେଲେ ଏହି ସମସ୍ୟାର ସମାଧାନ ନିମନ୍ତେ ପଦକ୍ଷେପ ନେବ। କେନିୟା ରାଷ୍ଟ୍ରପତି ଉହୁରୁ କେନ୍‌ୟାଟ୍ଟା ଏବେ ଏହି ବ୍ଲକ୍‌ର ଅଧ୍ୟକ୍ଷ ଅଛନ୍ତି। କେନ୍‌ୟାଟ୍ଟା ର୍ବାଣ୍ଡା ଏବଂ କଙ୍ଗୋ ମଧ୍ୟରେ ଶାନ୍ତି ବଜାୟ ପାଇଁ ରିଜିଓନାଲ ଫୋର୍ସ୍‌କୁ ପୂର୍ବ କଙ୍ଗୋରେ ମୁତୟନ ନିଷ୍ପତ୍ତି ନେଇଛନ୍ତି। ଏଥିସହ କଙ୍ଗୋର କିଭୁ ଏବଂ ଇଟାରୀ ଅଞ୍ଚଳକୁ ଅସ୍ତ୍ରଶସ୍ତ୍ର ମୁକ୍ତ ଜୋନ୍‌ ଘୋଷଣା ପାଇଁ ଆହ୍ବାନ ଦେଇଛନ୍ତି। ରବିବାର କେନିୟା ରାଜଧାନୀ ନାଇରୋବିରେ ଅନୁଷ୍ଠିତ ଇଏସି ବୈଠକରେ ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ହ୍ରାସ ନିମନ୍ତେ ଆଲୋଚନା ହୋଇଛି। ବୈଠକରେ ପ୍ରଥମ ଥର ପାଇଁ ର୍ବାଣ୍ଡା ରାଷ୍ଟ୍ରପତି ପଲ୍‌ କାଗାମେ ଏବଂ କଙ୍ଗୋ ପ୍ରତିପକ୍ଷ ଫେଲିକ୍ସ ଶିସେକେଦି ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ପରସ୍ପର ଉପରେ ଦୋଷାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri