‘କ୍ରୋଧ-ଲୋଭ-ଅହଙ୍କାର ପରିତ୍ୟାଗ ଦ୍ୱାରା ଜୀବନରେ ମିଳିଥାଏ ଶାନ୍ତି’

ଭଞ୍ଜନଗର,୩/୧୦(ବାବୁଲା ପ୍ରଧାନ):ପବିତ୍ର ଦୂର୍ଗାପୂଜା ଅବସରରେ ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ ଭଞ୍ଜନଗରସ୍ଥିତ ଶାନ୍ତିସ୍ରୋତ ଭବନଠାରେ ତିନି ଦିନ ଧରି ଚାଲିଥିବା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହି ଅବସରରେ ବିଭିନ୍ନ ଦିବସରେ ବକ୍ତାମାନେ ଯୋଗଦେଇ କ୍ରୋଧ,ଲୋଭ,ଅହଙ୍କାର, ହିଂସା ଭଳି ଖରାପ ଅଭ୍ୟାସ ପରିତ୍ୟାଗ ଦ୍ୱାରା ଜୀବନରେ ଶାନ୍ତି ମିଳିଥାଏ ବୋଲି କହିଥିଲେ। ତେଣୁ ଆଜି ଭଳି ଏହି ପବିତ୍ର ଦିନରେ ଉକ୍ତ କୁଅଭ୍ୟାସକୁ ପରିତ୍ୟାଗ କରିବାକୁ ବକ୍ତାମାନେ ଆହ୍ବାନ କରିଥିଲେ। ପ୍ରଥମ ଦିବସରେ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଦୀପକ କୁମାର ମିଶ୍ର,ବିଜ୍ଞାପିତ ଅଞ୍ଚଳ ପରିଷଦ ନଗରପାଳ ଗୋପବନ୍ଧୁ ମହାପାତ୍ର ଅତିଥି ଭାବେ ଯୋଗଦେଇ ଚୈତନ୍ୟ ଦେବୀମଣ୍ଡପର ଉଦଘାଟନ କରିଥିଲେ। ଶାନ୍ତିସ୍ରୋତ ଭବନର ସଂଚାଳିକା ରାଜଯୋଗିନୀ ବ୍ରହ୍ମାକୁମାରୀ ସନ୍ତୋଷିନୀ ଭଉଣୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଦିତୀୟ ଦିବସରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜନ କୁମାର ଦେ, କାରାଗାର ପରିଚାଳକ ମାନସ ରଞ୍ଜନ ସାମନ୍ତ, କେ.ଏସୟୁ.ବି. କଲେଜର ପ୍ରାକ୍ତନ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ବ୍ରହ୍ମା କୁମାର ଅକ୍ଷୟ ଭାଇ, ବ୍ରହ୍ମାକୁମାରୀ ସନ୍ତୋଷିନୀ ଭଉଣୀ ଅତିଥି ଭାବେ ଯୋଗଦେଇ ବିଜୟା ଦଶମୀର ଆଧ୍ୟାତ୍ମିକ ରହସ୍ୟ -‘ଆସୁରୀ ଶକ୍ତି ଉପରେ ଦୈବୀ ଶକ୍ତିର ବିଜୟର ପ୍ରତୀକ’ବୋଲି ବର୍ଣ୍ଣନା କରିଥିଲେ।
ତୃତୀୟ ଦିବସରେ ଏସିଏଫ ବିବେକ ଦାସ, ବଣିକ ସଂଘ କର୍ମକର୍ତ୍ତା ଗୌରୀ ଶଙ୍କର ପାତ୍ର, ଥାନା ଏସଆଇ ଲକ୍ଷ୍ମୀଧର ମହାନ୍ତି, ବିଏସଏନଏଲ ଏସଡିଓ ଭେଙ୍କେଟେସ ସତିଶନ୍‌ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ତିନିଦିନ ବ୍ୟାପୀ ଶିଶୁ କଳାକାରମାନେ ମା’ଙ୍କ ଉଦ୍ଦେଶ୍ୟରେ ନୃତ୍ୟ ପରିବେଷଣ କରିବା ସହ ନାଟକ ମାଧ୍ୟମରେ ଈଶ୍ୱରୀୟ ସନ୍ଦେଶ ପ୍ରଦାନ କରିଥିଲେ। ସାମାଜିକ କର୍ମୀ ଶୂଳପାଣି ଶତପଥୀ ଏବଂ ବ୍ରହ୍ମାକୁମାର ଭାଇ ଓ ଭଉଣୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri