ସୀମାରେ ଶାନ୍ତି ବୀମା ନୀତି ସଦୃଶ

ତିଆଞ୍ଜିନ୍‌,୧।୯: ଭାରତ ଓ ଚାଇନା ସୀମାରେ ଶାନ୍ତି ତଥା ସ୍ଥିରତା ବଜାୟ ରଖିବା ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ଏକ ବୀମା ନୀତି ସଦୃଶ ବୋଲି ରବିବାର ନୂଆଦିଲ୍ଲୀ ପକ୍ଷରୁ ବେଜିଂକୁ କୁହାଯାଇଛି। ତିଆଞ୍ଜିନ୍‌ରେ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଆଲୋଚନାବେଳେ ଭାରତର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଦ୍ୱିପାକ୍ଷିକ ଆଲୋଚନା ସମ୍ପର୍କରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ବିକ୍ରମ ମିସ୍ରି ଗଣମାଧ୍ୟମକୁ ଅବଗତ କରାଇଛନ୍ତି।
ଲଦାଖରେ ସୀମା ବିବାଦକୁ ନେଇ ଭାରତ ଓ ଚାଇନା ସୈନ୍ୟ ମଧ୍ୟରେ ରକ୍ତାକ୍ତ ସଂଘର୍ଷର ପ୍ରାୟ ୪ ବର୍ଷ ପରେ ୨୦୨୪ ଅକ୍ଟୋବରରେ ପ୍ରଧାନମନ୍ତ୍ରୀ ମୋଦି ଓ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ରୁଷିଆରେ ପରସ୍ପରକୁ ଭେଟିଥିଲେ। ଏହା ପରେ ରବିବାର ଅନୁଷ୍ଠିତ ଦ୍ୱିପାକ୍ଷିକ ବୈଠକରେ ସୀମା ବିବାଦ ସମେତ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସୀମାପାର ଆତଙ୍କବାଦକୁ ନେଇ ରହିଥିବା ଆହ୍ବାନ ପ୍ରସଙ୍ଗ ଉଠାଇବା ସହ ଭାରତ ଓ ଚାଇନା ଏହାର ମୁକାବିଲା ପାଇଁ ପରସ୍ପରକୁ ସହଯୋଗ କରିବା ଉଚିତ ବୋଲି ମତ ଦେଇଛନ୍ତି। ମୋଦି କହିଛନ୍ତି, ସୀମାପାର ଆତଙ୍କବାଦ ପରିପ୍ରେକ୍ଷୀରେ ବର୍ତ୍ତମାନର ଏସ୍‌ସିଓ ସମିଟ୍‌ ପରିପ୍ରେକ୍ଷୀରେ ଆମେ ଚାଇନାଠାରୁ ସହଯୋଗ ପାଇଛୁ। ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ଉଭୟ ପକ୍ଷଙ୍କ ସିଦ୍ଧାନ୍ତ ଭବିଷ୍ୟତରେ ସହାୟକ ହେବ। ଏହି ସମ୍ପର୍କ ଭାରତ ଓ ଚାଇନାର ୨.୮ ବିଲିୟନ୍‌ ଲୋକଙ୍କୁ ସୁବିଧା ଦେବ। ଏହି ଅବସରରେ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ସମ୍ପର୍କ ବୃଦ୍ଧି ପାଇଁ ୪ଟି ପ୍ରସ୍ତାବ ଦେଇଛନ୍ତି। ସେଗୁଡ଼ିକ ହେଲା ରଣନୈତିକ ଯୋଗାଯୋଗକୁ ସୁଦୃଢ଼ କରି ପାରସ୍ପରିକ ଆସ୍ଥାକୁ ମଜଭୁତ କରିବା, ପାରସ୍ପରିକ ଲାଭ ହାସଲ ପାଇଁ ବିନିମୟ ଓ ସହଯୋଗକୁ ବିସ୍ତାର କରିବା, ପରସ୍ପରର ଅସୁବିଧା ଦୂରକରିବା ଏବଂ ସମାନ ସ୍ବାର୍ଥକୁ ସୁରକ୍ଷା ଦେବା ପାଇଁ ପାରସ୍ପରିକ ସହଯୋଗକୁ ଆଗକୁ ବଢ଼ାଇବା। ଏହି ସମସ୍ତ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ମୋଦି ସକାରାମତ୍କ ଭାବେ ଗ୍ରହଣ କରିଛନ୍ତି। ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ସୀମାରେ ଶାନ୍ତି ଓ ସ୍ଥିରତା ଆଣିବା ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଭାରତ ଓ ଚାଇନା ମଧ୍ୟରେ କୌଣସି ମତଭେଦକୁ ବିବାଦରେ ପରିଣତ ହେବାକୁ ଦିଆଯିବା ଅନୁଚିତ ବୋଲି ଦୁଇନେତା ସହମତି ପ୍ରକାଶ କରିଥିବା ମିସ୍ରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri