ସୀମାରେ ଶାନ୍ତି ବୀମା ନୀତି ସଦୃଶ

ତିଆଞ୍ଜିନ୍‌,୧।୯: ଭାରତ ଓ ଚାଇନା ସୀମାରେ ଶାନ୍ତି ତଥା ସ୍ଥିରତା ବଜାୟ ରଖିବା ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ଏକ ବୀମା ନୀତି ସଦୃଶ ବୋଲି ରବିବାର ନୂଆଦିଲ୍ଲୀ ପକ୍ଷରୁ ବେଜିଂକୁ କୁହାଯାଇଛି। ତିଆଞ୍ଜିନ୍‌ରେ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଆଲୋଚନାବେଳେ ଭାରତର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଦ୍ୱିପାକ୍ଷିକ ଆଲୋଚନା ସମ୍ପର୍କରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ବିକ୍ରମ ମିସ୍ରି ଗଣମାଧ୍ୟମକୁ ଅବଗତ କରାଇଛନ୍ତି।
ଲଦାଖରେ ସୀମା ବିବାଦକୁ ନେଇ ଭାରତ ଓ ଚାଇନା ସୈନ୍ୟ ମଧ୍ୟରେ ରକ୍ତାକ୍ତ ସଂଘର୍ଷର ପ୍ରାୟ ୪ ବର୍ଷ ପରେ ୨୦୨୪ ଅକ୍ଟୋବରରେ ପ୍ରଧାନମନ୍ତ୍ରୀ ମୋଦି ଓ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ରୁଷିଆରେ ପରସ୍ପରକୁ ଭେଟିଥିଲେ। ଏହା ପରେ ରବିବାର ଅନୁଷ୍ଠିତ ଦ୍ୱିପାକ୍ଷିକ ବୈଠକରେ ସୀମା ବିବାଦ ସମେତ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସୀମାପାର ଆତଙ୍କବାଦକୁ ନେଇ ରହିଥିବା ଆହ୍ବାନ ପ୍ରସଙ୍ଗ ଉଠାଇବା ସହ ଭାରତ ଓ ଚାଇନା ଏହାର ମୁକାବିଲା ପାଇଁ ପରସ୍ପରକୁ ସହଯୋଗ କରିବା ଉଚିତ ବୋଲି ମତ ଦେଇଛନ୍ତି। ମୋଦି କହିଛନ୍ତି, ସୀମାପାର ଆତଙ୍କବାଦ ପରିପ୍ରେକ୍ଷୀରେ ବର୍ତ୍ତମାନର ଏସ୍‌ସିଓ ସମିଟ୍‌ ପରିପ୍ରେକ୍ଷୀରେ ଆମେ ଚାଇନାଠାରୁ ସହଯୋଗ ପାଇଛୁ। ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ଉଭୟ ପକ୍ଷଙ୍କ ସିଦ୍ଧାନ୍ତ ଭବିଷ୍ୟତରେ ସହାୟକ ହେବ। ଏହି ସମ୍ପର୍କ ଭାରତ ଓ ଚାଇନାର ୨.୮ ବିଲିୟନ୍‌ ଲୋକଙ୍କୁ ସୁବିଧା ଦେବ। ଏହି ଅବସରରେ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ସମ୍ପର୍କ ବୃଦ୍ଧି ପାଇଁ ୪ଟି ପ୍ରସ୍ତାବ ଦେଇଛନ୍ତି। ସେଗୁଡ଼ିକ ହେଲା ରଣନୈତିକ ଯୋଗାଯୋଗକୁ ସୁଦୃଢ଼ କରି ପାରସ୍ପରିକ ଆସ୍ଥାକୁ ମଜଭୁତ କରିବା, ପାରସ୍ପରିକ ଲାଭ ହାସଲ ପାଇଁ ବିନିମୟ ଓ ସହଯୋଗକୁ ବିସ୍ତାର କରିବା, ପରସ୍ପରର ଅସୁବିଧା ଦୂରକରିବା ଏବଂ ସମାନ ସ୍ବାର୍ଥକୁ ସୁରକ୍ଷା ଦେବା ପାଇଁ ପାରସ୍ପରିକ ସହଯୋଗକୁ ଆଗକୁ ବଢ଼ାଇବା। ଏହି ସମସ୍ତ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ମୋଦି ସକାରାମତ୍କ ଭାବେ ଗ୍ରହଣ କରିଛନ୍ତି। ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ସୀମାରେ ଶାନ୍ତି ଓ ସ୍ଥିରତା ଆଣିବା ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଭାରତ ଓ ଚାଇନା ମଧ୍ୟରେ କୌଣସି ମତଭେଦକୁ ବିବାଦରେ ପରିଣତ ହେବାକୁ ଦିଆଯିବା ଅନୁଚିତ ବୋଲି ଦୁଇନେତା ସହମତି ପ୍ରକାଶ କରିଥିବା ମିସ୍ରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri