Posted inଜାତୀୟ

ଆସାମର ୮ ଉଗ୍ରପନ୍ଥୀ ସଂଗଠନ ସହ କେନ୍ଦ୍ରର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ,୧୫।୯: କେନ୍ଦ୍ର ଏବଂ ଆସାମ ସରକାର ଗୁରୁବାର ଆସାମର ୮ ଆଦିବାସୀ ଉଗ୍ରପନ୍ଥୀ ସଂଗଠନ ସହ ଶାନ୍ତି ଚୁକ୍ତିନାମାରେ ସ୍ବାକ୍ଷର କରିଛନ୍ତି। ଏହି ତ୍ରିପାକ୍ଷିକ ଚୁକ୍ତିନାମାରେ ସ୍ବାକ୍ଷର କରିଥିବା ଉଗ୍ରପନ୍ଥୀ ସଂଗଠନ ମଧ୍ୟରେ ଅଛନ୍ତି ଅଲ୍‌ ଆଦିବାସୀ ନ୍ୟାଶନାଲ ଲିବରେଶନ ଆର୍ମି ଆଦିବାସୀ କୋବ୍ରା ମିଲିଟାଣ୍ଟ ଅଫ୍‌ ଆସାମ, ବିର୍ଶା କମାଣ୍ଡୋ ଫୋର୍ସ, ସାନ୍ତାଳ ଟାଇଗର ଫୋର୍ସ ଏବଂ ଆଦିବାସୀ ପିପୁଲ୍ସ ଆର୍ମି। ଚୁକ୍ତିନାମା ସ୍ବାକ୍ଷର ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଂଗଠନଗୁଡ଼ିକ ୨୦୧୨ରୁ ଅସ୍ତ୍ରବିରତି କରିବା ସହ ନିର୍ଦ୍ଦିଷ୍ଟ କ୍ୟାମ୍ପରେ ରହିଆସୁଥିଲେ। ଏହି ରାଜିନାମା ଫଳରେ ଆସାମରେ ଶାନ୍ତି ଓ ସଦ୍‌ଭାବନାର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ବିଶ୍ୱଶର୍ମା କହିଛନ୍ତି। କେବଳ ପରେଶ ପରୁଆଙ୍କ ନେତୃତ୍ୱାଧୀନ ଉଲ୍‌ଫା ଏବଂ କମତାପୁର ଲିବରେଶନ ଅର୍ଗାନାଇଜେଶନକୁ ବାଦ୍‌ ଦେଲେ ରାଜ୍ୟରେ ସକ୍ରିୟ ଥିବା ଅନ୍ୟ ସମସ୍ତ ବିଦ୍ରୋହୀ ଗୋଷ୍ଠୀ ସରକାରଙ୍କ ସହ ଶାନ୍ତି ଚୁକ୍ତିନାମାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri