ଗରୁଡ଼ବନ୍ଦୀକୁ ଫେରିଲା ଶାନ୍ତି

ଭୁବନ, ୨୨।୩(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ବାଲିବୋ ପଞ୍ଚାୟତର ଗରୁଡ଼ବନ୍ଦୀ ଗ୍ରାମରେ ଲାଗି ରହିଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ହୋଇଛି। ପ୍ରଶାସନିକ ହସ୍ତକ୍ଷେପ ପରେ ଦୁଇ ଗୋଷ୍ଠୀ ଭାଇଚାରା ମଧ୍ୟରେ ଏକାଠି ଚଳିବାକୁ ସହମତି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରାୟ ଦୁଇମାସ ତଳେ ଗ୍ରାମରେ ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ନେଇ ଏହି ବିବାଦ ସୃଷ୍ଟି ହୋଇଥିଲା। ଏହାକୁ ନେଇ ଅଞ୍ଚଳରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଥିଲା। ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଜ୍ଞାନରଞ୍ଜନ ସାମଲଙ୍କ ଦୃଷ୍ଟିକୁ ମାମଲା ଆସିବା ପରେ ଗ୍ରାମରେ ଶାନ୍ତି ଫେରାଇ ଆଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲା। ତଦନୁଯାୟୀ ଉପଜିଲାପାଳ ଜ୍ୟୋତିଶଙ୍କର ସାହୁଙ୍କ ତତ୍ତ୍ୱାବଧାନରେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏସ୍‌ଡିପିଓ ରଞ୍ଜନ କୁମାର ଦେ, ବିଡିଓ ଅଂଶୁମାନ ମହାପାତ୍ର, ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁଙ୍କ ସମେତ ଅଞ୍ଚଳର ଜନପ୍ରତିନିଧି ଏବଂ ଗ୍ରାମବାସୀ ଉପସ୍ଥିତ ଥିଲେ। ଘଟଣା ସମ୍ପର୍କରେ ଉଭୟ ପକ୍ଷ ନିଜ ନିଜର ମତ ଉପସ୍ଥାପନା କରିଥିଲେ। ରାଗରୁଷା ଭୁଲି ଗ୍ରାମରେ ଭାଇଚାରା ବଜାୟ ରଖିବା ଏବଂ ଅଞ୍ଚଳର ସମସ୍ତ କାର୍ଯ୍ୟରେ ସହଭାଗୀ ହୋଇ କାର୍ଯ୍ୟ କରିବାକୁ ଦୁଇ ପକ୍ଷ ସହମତ ଜଣାଇଛନ୍ତି। ବହୁ ଦିନ ପରେ ଗ୍ରାମରେ ଶାନ୍ତି ଫେରାଇ ଆଣିବାରେ ପ୍ରଶାସନ ସଫଳ ହୋଇଥିବାରୁ ଏହାକୁ ସମସ୍ତେ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri