ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା। ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି ହୋଇଥିଲା। ଆଜି ଦିନ ୧୨ଟା ଯାଏଁ ଥିଲା କଟକଣା। ମାତ୍ର ପ୍ରଶାସନ ଏହାକୁ ଆଉ ବୃଦ୍ଧି କଲା ନାହିଁ।

ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଥିଲା। ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର ଲୋକେ ଏମ୍‌ଭି-୨୬ ଗାଁରେ ପଶି ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିବା ସହ ୫୦ରୁ ଊର୍ଦ୍ଧ୍ୱ ଘରେ ନିଆଁ ଲଗାଇ ଜାଳିଦେଇଛନ୍ତି। ପୋଡ଼ାଜଳା ପରେ ମଙ୍ଗଳବାର ଏମ୍‌ଭି-୨୬ଗାଁରେ ରହୁଥିବା ଲୋକେ ଗାଁ ଛାଡି ବାହାରକୁ ଚାଳିଯାଉଥିଲେ।

 

Dharitri – Odisha’s No.1 Odia Daily

Share