Posted inଜାତୀୟ

ଜେଡୟୁଏଫ ଉଗ୍ରବାଦୀ ସଂଗଠନ ସହିତ ଶାନ୍ତି ବୁଝାମଣା…

ନୂଆଦିଲ୍ଲୀ/ଇମ୍ଫାଲ,୨୭।୧୨ : ଭାରତ ସରକାର ଏବଂ ମଣିପୁର ସରକାର ୧୦ ବର୍ଷରୁ ଅଧିକ ସମୟ ଧରି ସକ୍ରିୟ ଥିବା ଜେଲିଆଙ୍ଗ୍ରୋଙ୍ଗ ୟୁନାଇଟେଡ ଫ୍ରଣ୍ଟ (ଜେଡୟୁଏଫ) ଉଗ୍ରବାହୀ ସଂଗଠନ ସହିତ ନୂଆଦିଲ୍ଲୀଠାରେ ଶାନ୍ତି ବୁଝାମଣା ସ୍ବାକ୍ଷର କରିଛନ୍ତି। ଏହି ଚୁକ୍ତିନାମା ଅନୁଯାୟୀ ବିଦ୍ରୋହୀ ସଂଗଠନ ମଣିପୁରରେ ଶାନ୍ତି ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିବାକୁ ରାଜି ହୋଇଛନ୍ତି। ମଣିପୁର ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ,କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ତଥା ରାଜ୍ୟ ସରକାର ଏବଂ ଜେଡୟୁଏଫ ର ପ୍ରତିନିଧୀଙ୍କ ଉପସ୍ଥିତିରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ସଶସ୍ତ୍ର ଉଗ୍ରବାଦୀ ସଂଗଠନ ଜେଡୟୁଏଫର ପ୍ରତିନିଧୀମାନେ ହିଂସା ଏଡ଼ାଇବାକୁ ଏବଂ ଦେଶର ଆଇନ ଅନୁଯାୟୀ ପ୍ରତିଷ୍ଠିତ ଶାନ୍ତିପୂର୍ଣ୍ଣ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭାଗ ନେବାକୁ ରାଜି ହୋଇଛନ୍ତି। ଏହି ଚୁକ୍ତିରେ ସଂଗଠନର ସଶସ୍ତ୍ର କ୍ୟାଡରଙ୍କର ପୁନର୍ବାସ ପାଇଁ ବ୍ୟବସ୍ଥା କରାଯାଇଛି। ଚୁକ୍ତିନାମା ଅନୁଯାୟୀ, ଢାଞ୍ଚାଗତ ନିୟମର କାର୍ଯ୍ୟକାରିତାକୁ ତଦାରଖ କରିବା ପାଇଁ ଏକ ମିଳିତ ମନିଟରିଂ ଦଳ ଗଠନ କରାଯିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ନିର୍ଦ୍ଦେଶରେ ଭାରତ ସରକାର ବିଦ୍ରୋହର ଅନ୍ତ ଘଟାଇବା ଏବଂ ଉତ୍ତର ପୂର୍ବରେ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଅନେକ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି ବୋଲି ବିବୃତ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri