Posted inଫୁରସତ

ମୟୂରପୁଚ୍ଛ ବଦଳାଇଦେବ ଭାଗ୍ୟ , ଘରେ ଟଙ୍କା ପଇସାର ଅଭାବ ଦେଖାଯାଉଥିଲେ ଜାଣନ୍ତୁ…

ମୟୂରପୁଚ୍ଛକୁ ନେଇବାସ୍ତୁ ଉପଚାର ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ମୟୂରପୁଚ୍ଛକୁ ସୌଭାଗ୍ୟର ପ୍ରତୀକ ବୋଲି ବି କୁହାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହାକୁ ଘରେ ରଖିଲେ ଅନେକ
ବାସ୍ତୁ ସମସ୍ୟା ମଧ୍ୟ ଠିକ୍‌ ହୋଇଯାଏ ବୋଲି ବିଶ୍ୱାସ କରାଯାଏ।
* ଘରର ଦକ୍ଷିଣ-ପୂର୍ବ ଦିଗରେ ମୟୂରପୁଚ୍ଛ ରଖିବା ସବୁଠୁ ଉତ୍ତମ ହୋଇଥାଏ। ଏହା ଘରେ ସକାରାତ୍ମକ ଉର୍ଜ୍ଜା ଉତ୍ପନ କରିବାରେ ସାହାଯ୍ୟ କରିଥାଏ।
* କିନ୍ତୁ ଘରେ ରାହୁ ଦୋଷ ଥିଲେ ୮ଟି ମୟୂରପୁଚ୍ଛକୁ ଘରର ଉତ୍ତର-ପୂର୍ବ ଦିଗରେ ଥିବା କବାଟରେ ଲଗାଇଦେଲେ ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ଧ୍ୟାନଦେବେ ଯିବା ଆସିବା ସମୟରେ ଯେମିତି ସମସ୍ତଙ୍କର ଦୃଷ୍ଟି ଏହି କବାଟ ଉପରେ ପଡୁଥିବ।
* ଘରେ ଟଙ୍କା ପଇସାର ଅଭାବ ଦେଖାଯାଉଥିଲେ, ଶୁଭଦିନ ଦେଖି ଘରକୁ ମୟୂରପୁଚ୍ଛ କିଣିଆଣି ଠାକୁର ଘରେ ରଖିଦେବେ। ଆଉ କିଣିଲାବେଳେ ପ୍ରଭୁ ଶ୍ରୀ କୃଷ୍ଣଙ୍କର ନାମ ନେଇ ମୟୂରପୁଚ୍ଛ କିଣିଲେ ଘରେ କୁଆଡ଼େ ଧନର ଅଭାବ ରହେନାହିଁ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।
* ଉତ୍ତର ଦିଗର ସ୍ବାମୀ ହେଲେ କୁବେର। ତେଣୁ ଏହି ଦିଗରେ ଟ୍ରେଜେରି ହେଉ ଅବା ଆଲମିରା ରଖିବା ଶୁଭ। କିନ୍ତୁ ଯଦି ଭୁଲ୍‌ବଶତଃ ଘରର ଦକ୍ଷିଣ ଦିଗରେ ଏହା ରହିଯାଇଛି, ତା’ହେଲେ ଆଲମିରା ହେଉ ଅବା ଟ୍ରେଜେରି ଭିତରେ ମୟୂରପୁଚ୍ଛକୁ ସିଧା ଭାବେ ଠିଆ କରି ରଖିଦେଲେ; ଘରେ ଧନର ଅଭାବ ଦେଖାଯାଇ ନଥାଏ ବୋଲି ବିଶ୍ୱାସ ରହିଛି।
* ପିଲାଙ୍କ ଷ୍ଟଡି ରୁମ୍‌ ହେଉ ଅଥବା ସେମାନଙ୍କ ପଢା ଟେବୁଲ୍‌ ଉପରେ ମୟୂରପୁଚ୍ଛଟିଏ ରଖିଦେଲେ ସେମାନଙ୍କର ଏକାଗ୍ରତା ବୃଦ୍ଧି ପାଇବା ସହ ପାଠ ଭଲ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri