ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ ଅଧିକ ସହାୟତା ପ୍ରଦାନ ପାଇଁ ସରକାର ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । କୌଣସି ଯୋଗ୍ୟ ଚାଷୀ ଧାନକିଣା ପ୍ରକ୍ରିୟାରୁ ବାଦ ନପଡ଼ନ୍ତି ଏଥିପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଗତ ୨୦ ତାରିଖରୁ ବରଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ବରଗଡ଼, ନୂଆପଡା ଓ ସମ୍ବଲପୁର ଜିଲ୍ଲାରେ ସରକାରୀ ସ୍ତରରେ ଧାନ କିଣା ଯାରି ରହିଛି । ଧାନ ସଂଗ୍ରହ ବ୍ୟବସ୍ଥାକୁ ଯାଞ୍ଚ କରିବା ପାଇଁ ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ମାନଙ୍କୁ ନିଯୁକ୍ତି କରାଯାଇଛି । ସମ୍ପୃକ୍ତ ଜିଲ୍ଲାର ପ୍ୟାକ୍ସ, ଲ୍ୟାମ୍ପସ, ମହିଳା ଏସଏଚଜି ମାନଙ୍କୁ ସାମିଲ କରାଯାଉଛି । ଧାନ ସଂଗ୍ରହରେ କୌଣସି ମଧ୍ୟସ୍ଥିକୁ ପ୍ରଶୟ ନଦେବାକୁ ସରକାରୀ ସ୍ତରରେ କଠୋର ପଦକ୍ଷେପ ଗ୍ରହଣ କରାଯିବ ।

ସୂଚନାଯୋଗ୍ୟ, ଗତ ବର୍ଷ ତୁଳନାରେ ବର୍ତ୍ତମାନ ସୁଦ୍ଧା ଏହି ତିନି ଜିଲ୍ଲାରେ ପ୍ରାୟ ୩୦ ପ୍ରତିଶତ ଅଧିକ ଚାଷୀ ଧାନ କିଣାରେ ଭାଗ ନେଉଥିବାବେଳେ ପାଖାପାଖି ୮ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି । ଏଥିସହ ଚାଷୀ ମାନଙ୍କ ଆକାଉଣ୍ଟକୁ ପ୍ରତ୍ୟେକ୍ଷଭାବେ ସର୍ବ ନିମ୍ନ ସହାୟତା ରାଶି ପ୍ରଦାନ କରାଯାଉଛି । ଏଥିରେ ଅଧିକରୁ ଅଧିକ ଚାଷୀ ମାନଙ୍କୁ ସାମିଲ କରିବା ପାଇଁ ଆଗୁଆ ଟୋକାନ ପ୍ରଦାନ କରାଯାଉଛି । ଏଥିନିମନ୍ତେ ତୃଣମୂଳ ସ୍ତରରେ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?