ଜିପ୍‌ସମ୍‌ ଗୁଣ୍ଡ ଧୂଳିରେ ପଥଚାରୀ ଅଣନିଃଶ୍ୱାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ବ୍ରିଟିଶ କେନାଲ ୨୪ କି.ମି. ରାସ୍ତା ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ୧୦୪ କୋଟି ଟଙ୍କା ବ୍ୟୟରେ ନବୀକରଣ ହେଉଛି। ନିର୍ମାଣ କାର୍ଯ୍ୟରେ ଜିପ୍‌ସମ୍‌ ଗୁଣ୍ଡ ବ୍ୟବହାର କରାଯାଉଛି। ଏହା ଉଡ଼ି ପଥଚାରୀ ସମେତ ନିକଟ ବାଡ଼ିବଗିଚା, ଗଛଲତା ଓ ବାସଗୃହରେ ଧଳା ଆସ୍ତରଣ ପଡିଥିବା ଦେଖିବାକୁ ମିଳୁଛି। ମିଳିଥିବା ସୂଚନା ଅନୁସାରେ, ଏହି ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଠିକା ସଂସ୍ଥା କର୍ମକର୍ତ୍ତାଙ୍କ ଖାମଖିଆଲ ମନୋଭାବ ଯୋଗୁ ଦୈନିକ ପଥଚାରୀ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କେତେଜଣ ପଥଚାରୀ ଅଭିଯୋଗ କରିଛନ୍ତି, ରାସ୍ତାରେ ଯାତାୟାତ ସମୟରେ ଦକ୍ଷିଣ ଦିଗରୁ ପବନ ବହିବା ଯୋଗୁ ଭୀଷଣ ଭାବେ ଜିପ୍‌ସମ୍‌ ଧୂଳି ଗୁଣ୍ଡ ଉଡ଼ି ଆଖି, ନାକରେ ପଶୁଛି। ଫଳରେ ନିଃଶ୍ୱାସ ପ୍ରଶ୍ୱାସ ନେବାର କଷ୍ଟ ଅନୁଭବ ହେଉଛି। ଅପରପକ୍ଷରେ ଏହି ରାସାୟନିକ ଧୂଳିଗୁଣ୍ଡ ନାକ, ଆଖିରେ ପଶିବା ଦ୍ୱାରା ଶରୀର ପ୍ରତି ବିପଦ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହି ଗୁଣ୍ଡ ଉପରେ ପାଣି ପକାଯାଉନାହିଁ ବୋଲି ଅଭିଯୋଗ ହେଉଛି। ରାସ୍ତା ନିର୍ମାଣରେ ବାଲି, ମୋରମ, ମାଟି ମିଶ୍ରିତ ହେବା ନିୟମ ଥିଲେ ମଧ୍ୟ ଏହା ଉଲ୍ଲଂଘନ ହେଉଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ସେହିପରି ପାରେଶ୍ୱରପୁର, ମଳାଢ଼ି, ଜଅଁରା, ତିଥି, କିଆରବାଙ୍କ ଆଦି କେନାଲ ପାର୍ଶ୍ୱ ଗ୍ରାମର ବାଡ଼ିବଗିଚା ଧୂଳି ଉଡ଼ି ଧଳାରଙ୍ଗ ପାଲଟିଛି। ଏଥିପାଇଁ ସ୍ଥାନୀୟ ଲୋକ ଠିକା ସଂସ୍ଥା କର୍ମକର୍ତ୍ତାଙ୍କୁ କହୁଥିବା ବେଳେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ବୋଲି ଅଭିଯୋଗ ହେଉଛି। ଏହି ରାସ୍ତାରେ ବହୁ ଗାଡିମୋଟର ଚଳାଚଳ କରୁଥିବାବେଳେ ପଥଚାରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଜମ୍ବୁ, ରାମନଗର, ଖରିନାସୀ, ବଉଳକଣି, ପେଟଛେଲା, ବାରଡ଼ାଙ୍ଗ ଓ ବତିଘର ପଞ୍ଚାୟତ ଲୋକମାନେ ଅଭିଯୋଗ କରିଛନ୍ତି। ଏଥିପ୍ରତି ଠିକା ସଂସ୍ଥା କର୍ମକର୍ତ୍ତା ଯତ୍ନବାନ ହେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି। ନଚେତ ଆଗାମୀ ଦିନରେ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ସାଧାରଣରେ ଆଲୋଚନା ହେଉଛି। ଏହି କେନାଲ ରାସ୍ତାର ଦକ୍ଷିଣ ପାର୍ଶ୍ୱରେ ଗଛ କଟା ହେବା ଓ ପ୍ରବଳ ଗରମ ଯୋଗୁ ପଥଚାରୀ, ସାଧାରଣଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରାସ୍ତା ନିର୍ମାଣ ଦାୟିତ୍ୱରେ ଥିବା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଦୈତାରି ଟୁଡୁଙ୍କୁ ପଚାରିବାରେ ସମସ୍ୟା ସମ୍ପର୍କରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri