ଜିପ୍‌ସମ୍‌ ଗୁଣ୍ଡ ଧୂଳିରେ ପଥଚାରୀ ଅଣନିଃଶ୍ୱାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ବ୍ରିଟିଶ କେନାଲ ୨୪ କି.ମି. ରାସ୍ତା ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ୧୦୪ କୋଟି ଟଙ୍କା ବ୍ୟୟରେ ନବୀକରଣ ହେଉଛି। ନିର୍ମାଣ କାର୍ଯ୍ୟରେ ଜିପ୍‌ସମ୍‌ ଗୁଣ୍ଡ ବ୍ୟବହାର କରାଯାଉଛି। ଏହା ଉଡ଼ି ପଥଚାରୀ ସମେତ ନିକଟ ବାଡ଼ିବଗିଚା, ଗଛଲତା ଓ ବାସଗୃହରେ ଧଳା ଆସ୍ତରଣ ପଡିଥିବା ଦେଖିବାକୁ ମିଳୁଛି। ମିଳିଥିବା ସୂଚନା ଅନୁସାରେ, ଏହି ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଠିକା ସଂସ୍ଥା କର୍ମକର୍ତ୍ତାଙ୍କ ଖାମଖିଆଲ ମନୋଭାବ ଯୋଗୁ ଦୈନିକ ପଥଚାରୀ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କେତେଜଣ ପଥଚାରୀ ଅଭିଯୋଗ କରିଛନ୍ତି, ରାସ୍ତାରେ ଯାତାୟାତ ସମୟରେ ଦକ୍ଷିଣ ଦିଗରୁ ପବନ ବହିବା ଯୋଗୁ ଭୀଷଣ ଭାବେ ଜିପ୍‌ସମ୍‌ ଧୂଳି ଗୁଣ୍ଡ ଉଡ଼ି ଆଖି, ନାକରେ ପଶୁଛି। ଫଳରେ ନିଃଶ୍ୱାସ ପ୍ରଶ୍ୱାସ ନେବାର କଷ୍ଟ ଅନୁଭବ ହେଉଛି। ଅପରପକ୍ଷରେ ଏହି ରାସାୟନିକ ଧୂଳିଗୁଣ୍ଡ ନାକ, ଆଖିରେ ପଶିବା ଦ୍ୱାରା ଶରୀର ପ୍ରତି ବିପଦ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହି ଗୁଣ୍ଡ ଉପରେ ପାଣି ପକାଯାଉନାହିଁ ବୋଲି ଅଭିଯୋଗ ହେଉଛି। ରାସ୍ତା ନିର୍ମାଣରେ ବାଲି, ମୋରମ, ମାଟି ମିଶ୍ରିତ ହେବା ନିୟମ ଥିଲେ ମଧ୍ୟ ଏହା ଉଲ୍ଲଂଘନ ହେଉଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ସେହିପରି ପାରେଶ୍ୱରପୁର, ମଳାଢ଼ି, ଜଅଁରା, ତିଥି, କିଆରବାଙ୍କ ଆଦି କେନାଲ ପାର୍ଶ୍ୱ ଗ୍ରାମର ବାଡ଼ିବଗିଚା ଧୂଳି ଉଡ଼ି ଧଳାରଙ୍ଗ ପାଲଟିଛି। ଏଥିପାଇଁ ସ୍ଥାନୀୟ ଲୋକ ଠିକା ସଂସ୍ଥା କର୍ମକର୍ତ୍ତାଙ୍କୁ କହୁଥିବା ବେଳେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ବୋଲି ଅଭିଯୋଗ ହେଉଛି। ଏହି ରାସ୍ତାରେ ବହୁ ଗାଡିମୋଟର ଚଳାଚଳ କରୁଥିବାବେଳେ ପଥଚାରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଜମ୍ବୁ, ରାମନଗର, ଖରିନାସୀ, ବଉଳକଣି, ପେଟଛେଲା, ବାରଡ଼ାଙ୍ଗ ଓ ବତିଘର ପଞ୍ଚାୟତ ଲୋକମାନେ ଅଭିଯୋଗ କରିଛନ୍ତି। ଏଥିପ୍ରତି ଠିକା ସଂସ୍ଥା କର୍ମକର୍ତ୍ତା ଯତ୍ନବାନ ହେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି। ନଚେତ ଆଗାମୀ ଦିନରେ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ସାଧାରଣରେ ଆଲୋଚନା ହେଉଛି। ଏହି କେନାଲ ରାସ୍ତାର ଦକ୍ଷିଣ ପାର୍ଶ୍ୱରେ ଗଛ କଟା ହେବା ଓ ପ୍ରବଳ ଗରମ ଯୋଗୁ ପଥଚାରୀ, ସାଧାରଣଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରାସ୍ତା ନିର୍ମାଣ ଦାୟିତ୍ୱରେ ଥିବା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଦୈତାରି ଟୁଡୁଙ୍କୁ ପଚାରିବାରେ ସମସ୍ୟା ସମ୍ପର୍କରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri