ଧୂଳିଧୂଆଁରେ ପଥଚାରୀ ନୟାନ୍ତ

ଯାଜପୁର,୩୦ା୧୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ କାର୍ଯ୍ୟ ପ୍ରାୟ ୭ ବର୍ଷ ହେବ ଚାଲିଛି। କିନ୍ତୁ ଶିଳ୍ପ ଓ ଲଘୁ ଖଣି କରିଡର ଭାବେ ପରିଚିତ ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର କାମ କେବେ ସରିବ, ସେନେଇ ଚାହିଁ ରହିଛନ୍ତି ଅଞ୍ଚଳବାସୀ। ରାସ୍ତା ନିର୍ମାଣ ନିମନ୍ତେ କାରଖାନାର ବର୍ଜ୍ୟ ପାଉଁଶକୁ ବ୍ୟବହାର କରାଯାଉଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସପିସିବି)ର ବାୟୁ ଓ ଜଳ ପ୍ରଦୂଷଣ ଆଇନକୁ ଏଠାରେ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ପଥଚାରୀ ଏବଂ ଏନ୍‌ଏଚ୍‌ କଡ଼ ଗ୍ରାମବାସୀ ବାୟୁ ପ୍ରଦୂଷଣରେ ନାହିଁ ନ ଥିବାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ବିଶେଷକରି ଟାଟା ଷ୍ଟିଲ ମୁଖ୍ୟ ଗେଟ୍‌ ସମ୍ମୁଖ ରାସ୍ତାରେ ଉଡ଼ୁଥିବା ଧୂଳି ଚିନ୍ତାର କାରଣ ହୋଇଛି। ଠିକାସଂସ୍ଥା ପକ୍ଷରୁ ଓଭରବ୍ରିଜ ନିର୍ମାଣ କାର୍ଯ୍ୟରେ ବିଳମ୍ବ, ଆବଶ୍ୟକ ପାଣି ସିଞ୍ଚନ ନ ହେବା ଏବଂ ପାର୍ଶ୍ୱ ରାସ୍ତା ନିର୍ମାଣ ହୋଇ ନଥିବାରୁ ସ୍ଥିତି ଅତି ଗମ୍ଭୀର ହେଉଥିବା ମତପ୍ରକାଶ ପାଇଛି।

ଟାଟା ଷ୍ଟିଲକୁ ପ୍ରତ୍ୟେହ ଶତାଧିକ ଲୋକ ମୁଖ୍ୟ ଗେଟ୍‌ ଦେଇ ଯାତାୟାତ କରୁଛନ୍ତି। ଏପରିକି ରାଜ୍ୟ ଓ ଦେଶ ବାହାରୁ ଲୋକ ଏଠାକୁ ଯିବା ଆସିବା କରୁଥିବାରୁ ଧୂଳିଧୂଆଁ ଦେଖି ସେମାନଙ୍କ ମଧ୍ୟରେ ନକାରାତ୍ମକ ମନୋଭାବ ସୃଷ୍ଟି ହେଉଛି। ଉକ୍ତ ଗେଟ୍‌ ସମ୍ମୁଖରେ ଏକାଧିକ ଗାଡ଼ କିଛି ସମୟ ଠିଆ ହେଲେ ସେଗୁଡ଼ିକର ରଙ୍ଗ ଧୂସର ହୋଇପଡୁଛି। ଲୋକେ ଗାଡ଼ିରୁ ଓହ୍ଲାଇ କାରଖାନା ଭିତରକୁ ଯିବା ସମୟରେ ବାୟୁ ପ୍ରଦୂଷଣରେ ନୟାନ୍ତ ହୋଇ ପଡୁଛନ୍ତି। ତୁରନ୍ତ ଏହାର ସମାଧାନ କରା ନ ଗଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ପ୍ରଭାବିତ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ, ଠିକା ସଂସ୍ଥା ମନମାନି କରି ପାଉଁଶକୁ ରାସ୍ତାରେ ବିନା ଜଳ ସିଞ୍ଚନରେ ଢାଳୁଛି, ଯଦ୍ଦ୍ବାରା ଉକ୍ତ ରାସ୍ତାରେ ଯାତାୟାତ କରୁଥିବା ଭାରିଯାନ ଏବଂ ବିଶେଷକରି ବାଇକ ଆରୋହୀମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଅଞ୍ଚଳରେ ଥିବା ଦୋକାନ ବଜାରରେ ପାଉଁଶ ଗୁଣ୍ଡ ପଡ଼ି ଏକ ଆସ୍ତରଣ ଜମିଯାଉଛି। ସେଠାରେ ଏତେ ମାତ୍ରାରେ ଧୂଳି ଉଡୁଛି ଯେ ରାସ୍ତାରେ ଯାତାୟାତ କରୁଥିବା ଗାଡ଼ିଗୁଡିକୁ ଲାଇଟ୍‌ ଲଗାଇ ଯିବାକୁ ପଡ଼ୁଛି। ରାସ୍ତାକଡରେ ଖୋଲାଯାଇଥିବା ଗର୍ତ୍ତ ମାସ ମାସ ଧରି ପକାଇ ରଖାଯାଇଛି। ଫଳରେ ଜନସାଧାରଣଙ୍କ ଯାତାୟାତରେ ଘୋର ଅସୁବିଧା ହେଉଛି। ଏହାସହ ସାମାନ୍ୟ ବର୍ଷା ହେଲେ ଖାଲରେ ବର୍ଷାପାଣି ଜମି ପଥଚାରୀଙ୍କ ଚିନ୍ତା ବଢ଼ାଉଛି। ଏ ସଂକ୍ରାନ୍ତରେ ଏନ୍‌ଏଚ୍‌ଏଆଇ ଢେଙ୍କନାଳର ଭାରପ୍ରାପ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜେ.ପି. ବର୍ମାଙ୍କୁ ପଚାରିବାରେ ସେ କହିଛନ୍ତି, ଆବଶ୍ୟକ ତଦନ୍ତ କରି ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri