୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କଟକ ସଦର ବ୍ଲକର ୨୩ଟି ପଞ୍ଚାୟତରେ ପିଠା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିପାଇଁ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରତି ପଞ୍ଚାୟତରେ ଖର୍ଚ୍ଚ କରାଯିବା ପାଇଁ ୧ଲକ୍ଷ ଟଙ୍କା କରି ମୋଟ୍‌ ୨୩ ଲକ୍ଷ ଟଙ୍କା ୨୦୧୯ ମାର୍ଚ୍ଚରେ କଟକ ସଦର ବ୍ଲକ ଆକାଉଣ୍ଟରେ ଜମା କରିଥିଲେ। ଇତିମଧ୍ୟରେ ୨ ବର୍ଷ ବିତିଯାଇଥିଲେ ମଧ୍ୟ ଉକ୍ତ ଅର୍ଥ ବ୍ଲକ ଆକାଉଣ୍ଟରୁ ପଞ୍ଚାୟତ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଉନାହିଁ। ତେଣୁ ଲୋକାଲ ଫଣ୍ଡ ଅଡିଟ୍‌ ପକ୍ଷରୁ କଟକ ସଦର ବିଡିଓଙ୍କୁ ହାଫ୍‌ ମାର୍ଜିନ ମେମୋ ଜାରି କରାଯାଇ କୈଫିୟତ ମଗାଯାଇଛି। ବ୍ଲକ ଆକାଉଣ୍ଟରେ ଏତେ ଟଙ୍କା ଜମା ରଖିବା ପାଇଁ କିଏ ନିର୍ଦ୍ଦେଶ ଦେଇଥିଲା, ତା’ର ସୂଚନା ଲୋକାଲ ଫଣ୍ଡ ଅଡିଟ୍‌ ଅଫିସର ଜାଣିବାକୁ ଚାହିଁଛନ୍ତି। ପିଠା କାର୍ଯ୍ୟକ୍ରମ ଆୟୋଜନ ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ପତ୍ରସଂଖ୍ୟା ୨୩୪୭୭/୭ା୧୨ା୧୮ରେ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏହି କାର୍ଯ୍ୟକ୍ରମ ପାଇଁ ପ୍ରଥମ ପର୍ଯ୍ୟାୟରେ ୨୫ ହଜାର, ଦ୍ୱିତୀୟ ପର୍ଯ୍ୟାୟରେ ୫୦ ହଜାର ଓ ତୃତୀୟ ପର୍ଯ୍ୟାୟରେ ୧ ଲକ୍ଷ ଟଙ୍କା ପ୍ରତି ପଞ୍ଚାୟତକୁ ଦିଆଯିବା ପାଇଁ ସରକାରୀ ନିର୍ଦ୍ଦେଶନାମା ରହିଥିଲା। ତଦନୁଯାୟୀ ପ୍ରତି ପଞ୍ଚାୟତକୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଦିଆଯାଇଛି। ହେଲେ ତୃତୀୟ ପର୍ଯ୍ୟାୟ ବାବଦ ୧ ଲକ୍ଷ ଟଙ୍କା ଲେଖାଏ ଉକ୍ତ ବ୍ଲକର ୨୩ଟି ପଞ୍ଚାୟତକୁ ଦିଆଯାଇନାହିଁ। ଅଭିଯୋଗ ସମ୍ପର୍କରେ ବିଡିଓ ରାଜୀବଲୋଚନ ପରିଡ଼ା କୁହନ୍ତି, ସେ ସମୟରେ ମୁଁ ଦାୟିତ୍ୱରେ ନ ଥିଲି। ତେଣୁ ଏ ସମ୍ପର୍କରେ କିଛି ଜାଣିନି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?