Posted inଜାତୀୟ

୫ରେ ପେଗାସସ୍‌ ଶୁଣାଣି

ନୂଆଦିଲ୍ଲୀ, ୨ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ସ୍ପାଏଓ୍ବେର ପେଗାସସ୍‌ ଦ୍ୱାରା ନେତା, ଖବରଦାତା, ବିଚାରବିଭାଗୀୟ କାର୍ଯ୍ୟକର୍ତ୍ତା ପ୍ରମୁଖଙ୍କ ଉପରେ ଗୁପ୍ତଚରଗିରି ଘଟଣାର ସ୍ବତନ୍ତ୍ର ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ଆଗତ ପିଟିଶନର ଶୁଣାଣି ଆସନ୍ତା ଗୁରୁବାର ହେବ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମାନାଙ୍କ ନେତୃତ୍ୱରେ ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିବେ। ବରିଷ୍ଠ ସାମ୍ବାଦିକ ଏନ୍‌. ରାମ ଏବଂ ଶଶୀ କୁମାର, ସିପିଏମ୍‌ ଏମ୍‌ପି ଜନ୍‌ ବ୍ରିଟାସ୍‌, ଆଡ୍‌ଭୋକେଟ୍‌ ଏମ୍‌.ଏଲ୍‌. ଶର୍ମା ଏ ବାବଦରେ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଖଲ କରିଥିଲେ। ଗୁପ୍ତଚରଗିରି ପାଇଁ ପେଗାସସ୍‌କୁ ଲାଇସେନ୍ସ ମିଳିଥିଲା କି ନା, ଏହାକୁ କିପରି ବ୍ୟବହାର କରାଯାଇଥିଲା ତାହା ସାମ୍‌ନାକୁ ଆଣିବା ପାଇଁ ତଦନ୍ତ କରାଯିବାକୁ ଏଥିରେ ଦାବି କରାଯାଇଥିଲା। ପେଗାସସ୍‌ ଦ୍ୱାରା ଭାରତରେ ପ୍ରାୟ ୩ ଶହରୁ ଊର୍ଦ୍ଧ୍ୱ ମୋବାଇଲ ନମ୍ବରରେ ଗୋଇନ୍ଦାଗିରି କରାଯାଇଥିବା ‘ଦି ଓ୍ବେର’ ନ୍ୟୁଜ୍‌ ଓ୍ବେବ୍‌ସାଇଟ୍‌ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରକାଶ କରିଥିଲା। ସେଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର, ଦୁଇ କେନ୍ଦ୍ରମନ୍ତ୍ରୀ, ପୂର୍ବତନ ନିର୍ବାଚନ କମିଶନରଙ୍କ ସମେତ ୪୦ ସାମ୍ବାଦିକଙ୍କ ମୋବାଇଲ ନମ୍ବର ରହିଥିବା ରିପୋର୍ଟରେ ପ୍ରକାଶ ପାଇଥିଲା। କେନ୍ଦ୍ରର ଭାଜପା ସରକାର ଏହା ଉପରେ ଆଲୋଚନା କରିବାକୁ ଦାବି କରି ବିରୋଧୀ ପାର୍ଲାମେଣ୍ଟରେ ହଟ୍ଟଗୋଳ ଜାରି ରଖିଥିବାରୁ ଗୃହ ସ୍ବାଭାବିକ ଭାବେ ଚାଲିପାରୁନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri