Posted inଖେଳ

ପ୍ରଶଂସକଙ୍କୁ ଚ୍ୟାଲେଞ୍ଜ ଦେଲେ ଭଜି

ମୁମ୍ବାଇ,୧୦।୧୨: ଅନ୍ତିମ ଥର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ପକ୍ଷରୁ ଆଇପିଏଲ୍‌ରେ ପ୍ରତିନିଧିତ୍ୱ କରିଥିବା ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ ୨୨ ବର୍ଷ ତଳର ଏକ ଫଟୋ ଶେୟାର କରିଛନ୍ତି। ଫଟୋଟି ହେଲା ଭଜିଙ୍କର ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବେଳର। ଫଟୋରେ ତାଙ୍କ ସହ ଥିବା ଦୁଇ ଖେଳାଳିଙ୍କୁ ଚିହ୍ନିବାକୁ ଫ୍ୟାନଙ୍କୁ ଭଜି ଚ୍ୟାଲେଞ୍ଜ ଦେଇଛନ୍ତି। କ୍ୟାପଶନରେ ‘ଚିହ୍ନିଲେ ମାନିଯିବି.. ୧୯୯୮/୯୯ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବେଳର’ ଉଲ୍ଲେଖ କରିଛନ୍ତି ୪୧ ବର୍ଷୀୟ ଭେଟେରାନ ସ୍ପିନର।

ଫଟୋରେ ହରଭଜନଙ୍କ ସହ ପୂର୍ବତନ ପାକିସ୍ତାନ ବ୍ୟାଟର ହାସନ ରାଜା ଓ ବିନା ଶାର୍ଟରେ ଇମ୍ରାନ ତାହିର ଅଛନ୍ତି। ୧୯୯୮/୯୯ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ସମୟରେ ଏହି ଫଟୋ ଉଠା ଯାଇଥିଲା।

ତାହିର ଦକ୍ଷିଣ ଆଫ୍ରିକା ଜାତୀୟ ଦଳ ପାଇଁ ପ୍ରତିନିଧିତ୍ୱ କରିବା ପୂର୍ବରୁ ଜୁନିୟର ସ୍ତରରେ ପାକିସ୍ତାନ ପାଇଁ ଖେଳିଥିଲେ ତାହିର। ସେ ଦକ୍ଷିଣ ଆଫ୍ରିକା ଲାଗି ଅନ୍ତର୍ଜାତୀୟ ସ୍ତରରେ ୨୦ ଟେଷ୍ଟ, ୧୦୭ ଦିନିକିଆ ଓ ୩୮ ଟି୨୦ ଖେଳିଥିଲେ। ସେହିଭଳି ୧୯୯୬ରୁ ୨୦୦୫ ମଧ୍ୟରେ ପାକିସ୍ତାନ ପାଇଁ ୭ ଟେଷ୍ଟ ଏବଂ ୧୬ ଦିନିକିଆ ଖେଳିଥିଲେ ରାଜା। ହେଲେ ଅନ୍ୟ ଦୁଇ ଖେଳାଳିଙ୍କ ଭଳି ଜାତୀୟ ଦଳରେ କଦାପି ରାଜାଙ୍କ ସ୍ଥାନ ପକ୍କା ହୋଇ ପାରି ନ ଥିଲା। ଅନ୍ୟପକ୍ଷରେ ୨୦୧୬ରେ ଭାରତ ପାଇଁ ଅନ୍ତିମ ଥର ଖେଳିଥିଲେ ଭଜି। ଅନ୍ତର୍ଜାତୀୟ ସ୍ତରରେ ସେ ୧୦୩ ଟେଷ୍ଟ, ୨୩୬ ଦିନିକିଆ ଓ ୨୮ ଟି୨୦ ମ୍ୟାଚ୍‌ ଖେଳିଥିଲେ। ତାଙ୍କ ପ୍ରତିନିଧିତ୍ୱରେ ଭାରତ ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଦିନିକିଆ ବିଶ୍ୱକପ୍‌ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ଲିଗ୍ ଇତିହାସରେ ନୂଆ ରେକର୍ଡ କଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ଟି୨୦ ଲିଗ୍ ଇତିହାସରେ ପାୱାରପ୍ଲେ ମଧ୍ୟରେ ସର୍ବାଧିକ ସ୍କୋର କରିବାର ରେକର୍ଡ କରିଛି। ହାଇଦ୍ରାବାଦ ପାଇଁ ଓପନ...

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ...

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri