Posted inଖେଳ

ପେଲେଙ୍କ ପରଲୋକରେ ଫୁଟ୍‌ବଲ ଜଗତ ସ୍ତବ୍ଧ

ବ୍ରାସିଲା,୩୦।୧୨: କିମ୍ବଦନ୍ତୀ ବ୍ରାଜିଲର ଫୁଟବଲର୍‌ ପେଲେଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ଝିଅ କେଲି ନାସିମେଣ୍ଟୋ ଇନଷ୍ଟାଗ୍ରାମରେ ନିଶ୍ଚିତ କରିଛନ୍ତି। ପେଲେ କ୍ୟାନ୍‌ସର ସହିତ ଲଢୁଥିଲେ। ନିକଟରେ ପେଲେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଶ୍ୱାସକ୍ରିୟାରେ ମଧ୍ୟ ସଂକ୍ରମଣ ଥିବା ଜଣାପଡିଥିଲା। ପେଲେ ସବୁ ସମୟର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳି ଭାବରେ ପରିଗଣିତ ଏବଂ ତିନିଥର ବିଶ୍ୱକପ ବିଜେତା।

ତାଙ୍କ ମୃତ୍ୟୁରେ କେବଳ ବ୍ରାଜିଲରେ ନୁହେଁ, ସମଗ୍ର ବିଶ୍ୱରେ ଏବଂ ସମଗ୍ର ଫୁଟବଲ ଜଗତରେ ଶୋକର ଛାୟା ଖେଳିଯାଇଛି। ବର୍ତ୍ତମାନର ପିଢିର ତିନିଜଣ ଶ୍ରେଷ୍ଠ ଫୁଟବଲର୍‌, ଆର୍ଜେଣ୍ଟିନାର ଲିଓନେଲ ମେସି, ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲଡୋ ଏବଂ ବ୍ରାଜିଲର ନେମାର ପେଲେଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ସେ ବ୍ରାଜିଲକୁ ୩ଥର ଚାମ୍ପିୟନ କରିଥିଲେ।
ପେଲେଙ୍କ ଅଧୀନରେ ୧୯୫୮, ୧୯୬୨ ଏବଂ ୧୯୭୦ରେ ବ୍ରାଜିଲ ବିଶ୍ୱକପ ଜିତିଥିଲା। ସେ ୧୯୫୮ ବିଶ୍ୱକପ ଫାଇନାଲରେ ସୁଦାନ ବିପକ୍ଷରେ ଦୁଇଟି ଗୋଲ ସ୍କୋର କରିଥିଲେ। ପେଲେ ତାଙ୍କ ବୃତ୍ତିଗତ କ୍ୟାରିୟରରେ ମୋଟ ୧୩୬୩ ମ୍ୟାଚ ଖେଳି ୧୨୮୧ ଗୋଲ ସ୍କୋର କରିଥିଲେ। ବ୍ରାଜିଲ ପାଇଁ ସେ ୯୧ଟି ମ୍ୟାଚରେ ସେ ୭୭ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri