କାନ୍ଥରେ, ଗଛରେ ପୋଷ୍ଟର ମାରିଲେ ଜରିମାନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଅନ୍ୟପଟେ ସହରବାସୀ ଏଥିରେ ସହଯୋଗ କରିବା ପାଇଁ ବିଏମ୍‌ସି ପକ୍ଷରୁ ବାରମ୍ବାର ଅପିଲ କରାଯାଉଥିଲେ ମଧ୍ୟ ଜନସାଧାରଣ ଚେତୁନାହାନ୍ତି। ସହରକୁ ସୁନ୍ଦର ତଥା ଆକର୍ଷଣୀୟ କରିବା ପାଇଁ ସହରର ବଡ଼ ବଡ଼ କାନ୍ଥ ସୁଚିତ୍ରିତ କରାଯାଉଛି। ବୃକ୍ଷରୋପଣ ମଧ୍ୟ କରାଯାଉଛି। ହେଲେ ରାଜଧାନୀର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଓ ବ୍ୟକ୍ତିବିଶେଷ କାନ୍ଥ, ବିଦ୍ୟୁତ୍‌ ଖୁଣ୍ଟ ଓ ଗଛରେ ବିଭିନ୍ନ ବିଜ୍ଞାପନ ପୋଷ୍ଟର ଲଗାଇ ସୌନ୍ଦର୍ଯ୍ୟ କ୍ଷୁଣ୍ଣ କରୁଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଣିକି ବେଆଇନ ଭାବେ ଏଣେତେଣେ ବିଜ୍ଞାପନ ତଥା ଧାର୍ମିକ ପୋଷ୍ଟର ଲଗାଇଲେ ସଂପୃକ୍ତ ଅନୁଷ୍ଠାନ ବା ବ୍ୟକ୍ତିବିଶେଷଙ୍କୁ ଜରିମାନା ଦେବାକୁ ହେବ। ପୂର୍ବରୁ ମଧ୍ୟ ବିଏମ୍‌ସି ପକ୍ଷରୁ ସହରର ବିଭିନ୍ନ କାନ୍ଥ ଓ ଗଛରୁ ବେଆଇନ ପୋଷ୍ଟର ହଟାଯାଇଥିବାବେଳେ ବୁଧବାରଠାରୁ ଏହି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ଘରୋଇ କୋଚିଂ ସେଣ୍ଟର, ଘରଭଡ଼ା, ଧାର୍ମିକ ମତାମତ, ଜ୍ୟୋତିଷବିଦ୍ୟା ଆଦି ସମ୍ପର୍କିତ ବିଜ୍ଞାପନ ସହରର ସାରା ଦେଖିବାକୁ ମିଳୁଛି। ବିଜ୍ଞାପନ ଲଗାଇବା ନିଷିଦ୍ଧ ବୋଲି କାନ୍ଥରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଉଥିଲେ ମଧ୍ୟ ଏହାକୁ ଅବମାନନନା କରାଯାଉଛି। କୋଟି କୋଟି ଟଙ୍କା ଅର୍ଥ ବ୍ୟୟରେ ସହରର ବିଭିନ୍ନ କାନ୍ଥକୁ ବିଭିନ୍ନ ଚିତ୍ରରେ ସଜ୍ଜିତ କରାଯାଉଥିଲାବେଳେ ଏହା ଉପରେ ବେଆଇନ୍‌ ବିଜ୍ଞାପନ ଲଗାଯାଉଛି। ପୁଣି ଏହି ପୋଷ୍ଟର ହଟାଇବା ପାଇଁ ଅକାରଣରେ ରାଜସ୍ବ ବ୍ୟୟ ହେଉଥିବାରୁ ବିଏମ୍‌ସି କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri