Posted inଜାତୀୟ

ଜେଏଲଏନ ଷ୍ଟାଡିୟମ ଗେଟ ନମ୍ବର ଦୁଇରେ ଭାଙ୍ଗିଲା ପେଣ୍ଡାଲ, ୧୦-୧୨ ଜଣ ଚାପି ହୋଇରହିଥିବା ଆଶଙ୍କା

ନୂଆଦିଲ୍ଲୀ,୧୭।୨: ଜବାହରଲାଲ ନେହେରୁ ଷ୍ଟାଡିୟମର ଦୁଇ ନମ୍ବର ଫାଟକ ନିକଟରେ ଏକ ପେଣ୍ଡାଲ ଭୁଶୁଡି ପଡିଛି ଯେଉଁଥିରେ ୧୦-୧୨ଜଣ ଏହା ତଳେ ଚାପି ହୋଇ ଯାଇଥିବା ଆଶଙ୍କା କରାଯାଉଛି। ଉଦ୍ଧାର ପାଇଁ ପୋଲିସ ଏବଂ ତିନୋଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଏମ୍ସ ନିଆଯାଇଛି।
ଡିସିପି ସାଉଥଙ୍କ ଅନୁଯାୟୀ, ଜବାହରଲାଲ ନେହେରୁ ଷ୍ଟାଡିୟମର ଗେଟ ନମ୍ବର ୨ରେ ବିବାହ ପ୍ରସ୍ତୁତି ପାଇଁ ପ୍ରସ୍ତୁତ ହୋଇଥିବା ପେଣ୍ଡାଲ ଭୁଶୁଡି ପଡିଛି। ପ୍ରାୟ ୧୦-୧୨ଜଣ ଏହା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ଏମାନଙ୍କ ମଧ୍ୟରୁ କେତେଜଣଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଏମ୍ସ ଟ୍ରମା ସେଣ୍ଟରକୁ ନିଆଯାଇଥିଲା।
ବର୍ତ୍ତମାନ କୌଣସି ଆହତଙ୍କ ଖବର ନାହିଁ। ଉଦ୍ଧାର ପାଇଁ ପୋଲିସ, ଅଗ୍ନିଶମ ବାହିନୀ ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।
ସକାଳ ପ୍ରାୟ ୧୧ଟା ୨୧ସମୟରେ ଏହି ଦୁର୍ଘଟଣା ସମ୍ପର୍କରେ ପୋଲିସ ଏବଂ ଅନ୍ୟ ଦଳଙ୍କୁ ସୂଚନା ଦିଆଯାଇଥିଲା। ଏହା ପରେ ପୋଲିସ ଓ ଅଗ୍ନିଶମ ବାହିନୀ ତୁରନ୍ତ ଉଦ୍ଧାର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ଜଣାପଡୁଛି ଯେ ସେଠାରେ କାର୍ଯ୍ୟ କରୁଥିବା ୭ଜଣ ଶ୍ରମିକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri