Posted inଜାତୀୟ

ଜେଏଲଏନ ଷ୍ଟାଡିୟମ ଗେଟ ନମ୍ବର ଦୁଇରେ ଭାଙ୍ଗିଲା ପେଣ୍ଡାଲ, ୧୦-୧୨ ଜଣ ଚାପି ହୋଇରହିଥିବା ଆଶଙ୍କା

ନୂଆଦିଲ୍ଲୀ,୧୭।୨: ଜବାହରଲାଲ ନେହେରୁ ଷ୍ଟାଡିୟମର ଦୁଇ ନମ୍ବର ଫାଟକ ନିକଟରେ ଏକ ପେଣ୍ଡାଲ ଭୁଶୁଡି ପଡିଛି ଯେଉଁଥିରେ ୧୦-୧୨ଜଣ ଏହା ତଳେ ଚାପି ହୋଇ ଯାଇଥିବା ଆଶଙ୍କା କରାଯାଉଛି। ଉଦ୍ଧାର ପାଇଁ ପୋଲିସ ଏବଂ ତିନୋଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଏମ୍ସ ନିଆଯାଇଛି।
ଡିସିପି ସାଉଥଙ୍କ ଅନୁଯାୟୀ, ଜବାହରଲାଲ ନେହେରୁ ଷ୍ଟାଡିୟମର ଗେଟ ନମ୍ବର ୨ରେ ବିବାହ ପ୍ରସ୍ତୁତି ପାଇଁ ପ୍ରସ୍ତୁତ ହୋଇଥିବା ପେଣ୍ଡାଲ ଭୁଶୁଡି ପଡିଛି। ପ୍ରାୟ ୧୦-୧୨ଜଣ ଏହା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ଏମାନଙ୍କ ମଧ୍ୟରୁ କେତେଜଣଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଏମ୍ସ ଟ୍ରମା ସେଣ୍ଟରକୁ ନିଆଯାଇଥିଲା।
ବର୍ତ୍ତମାନ କୌଣସି ଆହତଙ୍କ ଖବର ନାହିଁ। ଉଦ୍ଧାର ପାଇଁ ପୋଲିସ, ଅଗ୍ନିଶମ ବାହିନୀ ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।
ସକାଳ ପ୍ରାୟ ୧୧ଟା ୨୧ସମୟରେ ଏହି ଦୁର୍ଘଟଣା ସମ୍ପର୍କରେ ପୋଲିସ ଏବଂ ଅନ୍ୟ ଦଳଙ୍କୁ ସୂଚନା ଦିଆଯାଇଥିଲା। ଏହା ପରେ ପୋଲିସ ଓ ଅଗ୍ନିଶମ ବାହିନୀ ତୁରନ୍ତ ଉଦ୍ଧାର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ଜଣାପଡୁଛି ଯେ ସେଠାରେ କାର୍ଯ୍ୟ କରୁଥିବା ୭ଜଣ ଶ୍ରମିକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ…

ନଭେମ୍ବର ପହିଲାରୁ ସାମୁଦ୍ରିକ ପ୍ରବେଶ କଟକଣା: ସୀମା ଅତିକ୍ରମ କଲେ ବନ୍ଧା ହେବେ ମତ୍ସ୍ୟଜୀବୀ

ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ କୂଳଠାରୁ ୨୦ କିମି ପରିଧି କୋର୍‌ ଓ ବଫର ଜୋନ୍‌ ଅଞ୍ଚଳରେ ବର୍ଷ…

ସାମ୍ବାଦିକାଙ୍କୁ ବିବାହ କଲେ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା

ଶ୍ରୀନଗର,୩୧ା୧୦: : ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଜଣାଶୁଣା ସାମ୍ବାଦିକା ନିଧି ରାଜଦାନଙ୍କୁ ବିବାହ କରିଛନ୍ତି। ଶନିବାର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ଦମ୍ପତି ଏହି…

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?