Posted inଜାତୀୟ

ମାମଲା ବିଚାର ଅପେକ୍ଷାରେ ପଡ଼ିରହିବା ବଡ଼ ଚ୍ୟାଲେଞ୍ଜ: ସିଜେଆଇ

ନୂଆଦିଲ୍ଲୀ,୨୭ା୮(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ଏନ୍‌.ଭି. ରମନା ଶୁକ୍ରବାର ଅବସର ନେଇଛନ୍ତି। ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ବହୁସଂଖ୍ୟାରେ ମାମଲା ବିଚାର ଅପେକ୍ଷାରେ ପଡ଼ିରହିବା ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ସିଜେଆଇ କହିବା ସହ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ସୁପ୍ରିମକୋର୍ଟରେ ମାମଲାଗୁଡ଼ିକର ଶୁଣାଣି ଲାଗି ତାଲିକାଭୁକ୍ତ କରିବାରେ ଯଥେଷ୍ଟ ଧ୍ୟାନ ଦେଇପାରି ନ ଥିବାରୁ ଦୁଃଖ ପ୍ରକାଶ କରିଛନ୍ତି। ମାମଲାଗୁଡ଼ିକର ତ୍ୱରିତ୍‌ ବିଚାର ଲାଗି ଅତ୍ୟାଧୁନିକ ପ୍ରଯୁକ୍ତି ଓ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ପ୍ରୟୋଗ କରିବା ଜରୁରୀ ହୋଇପଡ଼ିଛି। ସେଭଳି କେତେକ ମଡ୍ୟୁଲର ବିକାଶ ହୋଇଥିଲେ ମଧ୍ୟ ସୁରକ୍ଷାଗତ କାରଣରୁ ସେଥିରେ ଅଗ୍ରଗତି ହୋଇପାରୁ ନାହିଁ ବୋଲି ଜଷ୍ଟିସ ରମନା କହିଛନ୍ତି। ବିଚାର ବ୍ୟବସ୍ଥାର ଆବଶ୍ୟକତା ଅନ୍ୟ ବିଭାଗଠାରୁ ଭିନ୍ନ। ବାର୍‌ ଯଦି ପୂରା ଦମ୍‌ରେ ସହଯୋଗ କରିବାକୁ ନ ଚାହେଁ, ତେବେ ଆବଶ୍ୟକ ପରିବର୍ତ୍ତନ ଆଣିବା କଷ୍ଟକର ହେବ ବୋଲି ବିଦାୟ ସମ୍ବର୍ଦ୍ଧନା ଅବସରରେ ଉଦ୍‌ବୋଧନ ଦେଇ ସିଜେଆଇ କହିଥିଲେ। ଏଥିସହିତ ସେ ସମସ୍ତ ସହକର୍ମୀ ଏବଂ ବାର୍‌ର ସବୁ ସଦସ୍ୟଙ୍କୁ ସେମାନଙ୍କ ସକ୍ରିୟ ସହଯୋଗ ଲାଗି ଧନ୍ୟବାଦ ଜଣାଇଥିଲେ।
ସିଜେଆଇଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇବା ବେଳେ ବରିଷ୍ଠ ଆଇନଜୀବୀ ଦୁଷ୍ୟନ୍ତ ଡାଭେ ତାଙ୍କୁ ନାଗରିକଙ୍କ ବିଚାରପତି ବୋଲି କହିବା ସହ ଭାବବିହ୍ବଳ ହୋଇଯାଇଥିଲେ। ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ରମନା ଦେଶଦ୍ରୋହ ମାମଲାକୁ ସ୍ଥଗିତ ରଖିବା, ମନିଲଣ୍ଡରିଂ ମାମଲା ରାୟର ସମୀକ୍ଷା କରିବା, ପେଗାସସ୍‌ ଗୁପ୍ତଚର ମାମଲାର ପୁନର୍ବାର ତଦନ୍ତ ନିର୍ଦ୍ଦେଶ ଦେବା ଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ଏଥିସହିତ ସେ ସୁପ୍ରିମକୋର୍ଟରେ ସର୍ବାଧିକ ୧୧ ଜଣ ଓ ବିଭିନ୍ନ ହାଇକୋର୍ଟରେ ୨୨୦ ଜଣ ବିଚାରପତିଙ୍କ ନିଯୁକ୍ତି କରାଇଥିଲେ। ସିଜେଆଇ ଭାବେ ଶେଷ ଦିନରେ ଜଷ୍ଟିସ ରମନା ସୁପ୍ରିମକୋର୍ଟ ପ୍ରୋସିଡିଂର ସିଧା ପ୍ରସାରଣ ବ୍ୟବସ୍ଥା କରାଇଥିଲେ। ସିଜେଆଇଙ୍କୁ ବିଦାୟ ସମ୍ବର୍ଦ୍ଧନାର ଦୃଶ୍ୟ ସିଧା ପ୍ରସାରଣ ହୋଇଥିଲା। ସର୍ବୋଚ୍ଚ ଅଦାଲତରେ ପ୍ରୋସିଡିଂର ସିଧାପ୍ରସାରଣ ହେବା ଏହା ପ୍ରଥମ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?