ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ପେନ୍ନି ମୋର୍ଡଣ୍ଟ

ଲଣ୍ଡନ,୨୨ା୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଲିଜ୍‌ ଟ୍ରସ୍‌ଙ୍କ ଇସ୍ତଫା ପରେ ଶୁକ୍ରବାର ଏହି ଦୌଡ଼ରେ ସାମିଲ ହେବା ପାଇଁ ହାଉସ୍‌ ଅଫ୍‌ କମନ୍ସ ଲିଡର ପେନ୍ନି ମୋର୍ଡଣ୍ଟ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ଗତ ସେପ୍ଟେମ୍ବର ୫ରେ ଆସିଥିବା ପୂର୍ବ ପ୍ରତିଦ୍ୱନ୍ଦ୍ୱିତାର ଫଳାଫଳ ଅନୁସାରେ ଟ୍ରସ୍‌ ଏବଂ ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକଙ୍କ ପରେ ମୋର୍ଡଣ୍ଟ ତୃତୀୟ ସ୍ଥାନରେ ଥିଲେ।
ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ଦୃଢ଼ ସମର୍ଥକ ରୂପେ ଜଣାଶୁଣା ପ୍ରତିରକ୍ଷା ମନ୍ତ୍ରୀ ବେନ୍‌ ଓ୍ବାଲେସ୍‌ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହେବାକୁ ମନା କରିଦେଇଛନ୍ତି। ବେନ୍‌ କହିଛନ୍ତି, ଋଷି ସୁନକ ବୋରିସ୍‌ଙ୍କ ବିରୋଧରେ ପ୍ରାର୍ଥୀ ହେବା ନେଇ କ’ଣ କହୁଛନ୍ତି ତାହା ଜାଣିବାକୁ ସେ ଆଗ୍ରହୀ।
ଭାରତୀୟ ବଂଶୋଦ୍ଭବ ପ୍ରାକ୍ତନ ଚାନ୍‌ସେଲର ଋଷି ସୁନକ ପ୍ରାର୍ଥୀ ହେବା ସମ୍ପର୍କରେ କିଛି ସ୍ପଷ୍ଟ କରି ନ ଥିଲେ ମଧ୍ୟ କ୍ୟାବିନେଟ ମନ୍ତ୍ରୀ ସାଇମନ କ୍ଲାର୍କ ଏବଂ ଜାକୋବ୍‌ ରେସ୍‌-ମୋଗ୍‌ ତାଙ୍କୁ ସମର୍ଥନ କରିଛନ୍ତି।
ପ୍ରଧାନମନ୍ତ୍ରୀ ଆଶାୟୀମାନଙ୍କୁ ଲିଜ୍‌ ଟ୍ରସ୍‌ଙ୍କ ଉତ୍ତରାଧିକାରୀ ଦୌଡ଼ରେ ସାମିଲ ହେବା ପାଇଁ ସୋମବାର ଅପରାହ୍ନ ୨ଟା ସୁଦ୍ଧା ଶାସକ କଞ୍ଜରଭେଟିଭ୍‌ ପାର୍ଟିର ଅନୂ୍ୟନ ୧୦୦ ଏମ୍‌ପିଙ୍କ ସମର୍ଥନ ଯୋଗାଡ଼ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri