୧୩ରେ ପେନ୍‌ସନ୍‌, ଜିପିଏଫ୍‌ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍‌ସନ୍‌ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍‌) ପ୍ରାପ୍ୟ ଠିକ୍‌ ସମୟରେ ପାଇପାରି ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଧାନ ମହାଲେଖାକାର(ଏ.ଜି.)ଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୧୩ ଓ ୨୦ ତାରିଖରେ ସ୍ବତନ୍ତ୍ର ଭବିଷ୍ୟନିଧି ପ୍ରକୋଷ୍ଠ ଖୋଲାଯିବ। ଏ.ଜି .ସମ୍ମିଳନୀ କକ୍ଷରେ ସକାଳ ୧୧ଟା ୩୦ରୁ ୧୨ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କର ଅଭିଯୋଗ ଶୁଣାଣି କରାଯିବ। ଅବସରକାଳୀନ ପ୍ରାପ୍ୟ ଠିକ୍‌ ସମୟରେ ପାଇପାରି ନ ଥିବା କର୍ମଚାରୀମାନେ ପେନ୍‌ସନ୍‌ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ଦସ୍ତାବିଜ ସହ ଅଭିଯୋଗ ପ୍ରକୋଷ୍ଠରେ ନିଜର ଆବେଦନ କରିପାରିବେ ବୋଲି ପ୍ରଧାନ ମହାଲେଖାକାର(ଲେଖା ଓ ହକ୍‌ଦାରି) କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ ସହକାରୀ ଲେଖା ଅଧିକାରୀ ସୁଶୀଲ ମିଶ୍ରଙ୍କୁ ମୋବାଇଲ ନଂ.-୯୪୩୮୦୩୮୩୪୩ରେ କାର୍ଯ୍ୟାଳୟ ସମୟରେ ଯୋଗାଯୋଗ କରିବାକୁ କୁହାଯାଇଛି। ଶୁଣାଣିବେଳେ କୋଭିଡ୍‌ ଗାଇଡଲାଇନକୁ ଅନୁସରଣ କରାଯିବ ବୋଲି ଏ.ଜି.ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri