୧୩ରେ ପେନ୍‌ସନ୍‌, ଜିପିଏଫ୍‌ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍‌ସନ୍‌ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍‌) ପ୍ରାପ୍ୟ ଠିକ୍‌ ସମୟରେ ପାଇପାରି ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଧାନ ମହାଲେଖାକାର(ଏ.ଜି.)ଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୧୩ ଓ ୨୦ ତାରିଖରେ ସ୍ବତନ୍ତ୍ର ଭବିଷ୍ୟନିଧି ପ୍ରକୋଷ୍ଠ ଖୋଲାଯିବ। ଏ.ଜି .ସମ୍ମିଳନୀ କକ୍ଷରେ ସକାଳ ୧୧ଟା ୩୦ରୁ ୧୨ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କର ଅଭିଯୋଗ ଶୁଣାଣି କରାଯିବ। ଅବସରକାଳୀନ ପ୍ରାପ୍ୟ ଠିକ୍‌ ସମୟରେ ପାଇପାରି ନ ଥିବା କର୍ମଚାରୀମାନେ ପେନ୍‌ସନ୍‌ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ଦସ୍ତାବିଜ ସହ ଅଭିଯୋଗ ପ୍ରକୋଷ୍ଠରେ ନିଜର ଆବେଦନ କରିପାରିବେ ବୋଲି ପ୍ରଧାନ ମହାଲେଖାକାର(ଲେଖା ଓ ହକ୍‌ଦାରି) କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ ସହକାରୀ ଲେଖା ଅଧିକାରୀ ସୁଶୀଲ ମିଶ୍ରଙ୍କୁ ମୋବାଇଲ ନଂ.-୯୪୩୮୦୩୮୩୪୩ରେ କାର୍ଯ୍ୟାଳୟ ସମୟରେ ଯୋଗାଯୋଗ କରିବାକୁ କୁହାଯାଇଛି। ଶୁଣାଣିବେଳେ କୋଭିଡ୍‌ ଗାଇଡଲାଇନକୁ ଅନୁସରଣ କରାଯିବ ବୋଲି ଏ.ଜି.ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri