ସ୍କୁଲ ଉନ୍ନତି ପାଇଁ ଦାନ କଲେ ପେନ୍‌ସନ ଟଙ୍କା

ଭଦ୍ରକ ଅଫିସ,୮।୫: ଦିନେ ଯେଉଁ ସ୍କୁଲରେ ସେ ପଢ଼ୁଥିଲେ, ତାହାର ଉନ୍ନତି ପାଇଁ ନିଜର ପେନ୍‌ସନ ଟଙ୍କା ଦାନ କରିଛନ୍ତି। ବିଦ୍ୟାଳୟର ବିକାଶ ନିମନ୍ତେ ପେନ୍‌ସନ ଟଙ୍କାରୁ ୧ ଲକ୍ଷ ସହାୟତା ପ୍ରଦାନ କରି ଏବେ ଚର୍ଚ୍ଚାରେ ରହିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ବାହାରିବିଲ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ପରମାନନ୍ଦ ନାୟକ(୭୯)। ସେ ଏହି ବ୍ଲକର ଧୂଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ ମୋ ସ୍କୁଲ ଅଭିଯାନରେ ଟଙ୍କା ଦାନ କରିଛନ୍ତି।
ପରମାନନ୍ଦ ଧୂଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପାଠ ପଢ଼ିଥିଲେ। ସେଠାରୁ ପଢ଼ା ଶେଷ ପରେ ଉଚ୍ଚଶିକ୍ଷା ଲାଭ କରିଥିଲେ। ତା’ପରେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ଏହି ବ୍ଲକର ଗୋପବନ୍ଧୁନଗର ହାଇସ୍କୁଲରେ ଶିକ୍ଷକତା କରି ୨୦୦୩ରେ  ଅବସର ନେଇଥିଲେ। ସେ କହନ୍ତି, ଧୂଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପଢ଼ିବା ବେଳେ ବିଭିନ୍ନ ଅଭାବ ଅନୁଭବ କରିଥିଲେ। ସେହି ଅଭାବକୁ ଦୂର କରିବା ପାଇଁ ଭାବିଥିଲେ। ୫-ଟି ଯୋଜନାରେ ଏହି ସ୍କୁଲ ସାମିଲ ହୋଇ ନ ଥିବାରୁ ସ୍ମାର୍ଟ କ୍ଲାସରୁମ୍‌ ତଥା ଅନ୍ୟାନ୍ୟ ସୁବିଧା ସୁଯୋଗରୁ ପିଲାମାନେ ବଞ୍ଚତ୍ତ ହୋଇଛନ୍ତି। ଏଣୁ ଏହି ବିଦ୍ୟାଳୟରେ ସ୍ମାର୍ଟ କ୍ଲାସରୁମ୍‌ ପାଇଁ ସେ ଏଭଳି ପଦକ୍ଷେପ ନେଇଛନ୍ତି। ଏଥିପାଇଁ ସେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ଫୋନ୍‌ ମାଧ୍ୟମରେ ଯୋଗାଯୋଗ କରିଥିଲେ। ଶନିବାର କାର୍ଯ୍ୟାଳୟକୁ ଆସି ଜିଲାପାଳଙ୍କ ଜରିଆରେ ଉକ୍ତ ସ୍କୁଲକୁ ୧ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ତାଙ୍କର ଏହି ବଦାନ୍ୟତା ପାଇଁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମହାନ୍ତିଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ ପରିଚାଳନା କମିଟି ସଦସ୍ୟ କୃତଜ୍ଞତା ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri