ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା। ଏହି ପଞ୍ଚାୟତରେ ପାଖାପାଖି ୭୦୦ ହିତାଧିକାରୀ ଭତ୍ତା ପାଉଛନ୍ତି। ସେଥି ମଧ୍ୟରୁ ୨୦୦ ହିତାଧିକାରୀଙ୍କ ଇନ୍ଦିରା ଗାନ୍ଧୀ ଭତ୍ତା ଡିବିଟି ମଧ୍ୟମରେ ସେମାନଙ୍କ ବ୍ୟାଙ୍କ ଖାତାକୁ ଆସୁଛି। ଅନ୍ୟ ହିତାଧିକାରୀ ମଧୁବାବୁ ପେନସନ ଯୋଜନାରେ ହାତରେ ଟଙ୍କା ନେଉଛନ୍ତି। ପଞ୍ଚାୟତରେ ଅନେକ ହିତାଧିକାରୀଙ୍କ ମୃତ୍ୟୁକୁ ବର୍ଷେ ଉପରେ ବିତି ଯାଇଥିଲେ ମଧ୍ୟ ସେମାନଙ୍କ ଭତ୍ତା ଟଙ୍କା ଆସୁଛି କିପରି ଓ ତାହାକୁ କିଏ ଉଠାଉ ନେଉଛନ୍ତି ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ସେହିପରି ଉକ୍ତ ପଞ୍ଚାୟତରେ ୧,୧୦୦ରୁ ଊର୍ଦ୍ଧ୍ୱ ରାଶନ କାର୍ଡଧାରୀ ଥିବାବେଳେ ସେମାନଙ୍କ ପରିବାର ସଦସ୍ୟ ଏହା ସହ ଯୋଡ଼ି ହୋଇଛନ୍ତି। ଏହି କାର୍ଡଧାରୀଙ୍କ ପରିବାରରେ ଥିବା ଯୁବତୀମାନେ ବିବାହ କରି ସାରିଥିଲେ ମଧ୍ୟ ସେମାନଙ୍କ ନାମ ରାଶନ କାର୍ଡରୁ କଟିପାରୁନାହିଁ। ଫଳରେ ସେମାନେ ଏହି ପଞ୍ଚାୟତରୁ ମଧ୍ୟ ରାଶନ ଚାଉଳ ପାଉଛନ୍ତି। ଏହି ଘଟଣାକୁ ପାଟପୁର ସରପଞ୍ଚ ସାରାଣୀ ନାୟକଙ୍କ ପ୍ରତିନିଧି ଦଃଶାସନ ନାୟକ ସ୍ବୀକାର କରି ଜଣେ ଅଧେ ଭୁଲରେ ଚାଉଳ ନେଉଥିବା କହିଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ଞାନେନ୍ଦ୍ରୟ ଶତପଥୀଙ୍କୁ ପଚାରିବାରେ ସେ କିଛି ଜାଣି ନ ଥିବା କହିଛନ୍ତି। ଏହା ଉପରେ ଉପରିସ୍ଥ ଅଧିକାରୀ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri