ନିର୍ଦ୍ଧାରିତ ସମୟରେ କାଗଜାତ ନ ଦେଲେ ଦଣ୍ଡିତ ହେବେ ପେନ୍‌ସନ ମଞ୍ଜୁରୀ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ବେସାମରିକ ସେବା (ପେନ୍‌ସନ) ନିୟମାବଳୀ, ୧୯୯୨ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ସଂଶୋଧନ ଦ୍ୱାରା ଅବସର ନେଉଥିବା ସରକାରୀ କର୍ମଚାରୀଙ୍କ ଚୂଡ଼ାନ୍ତ ପେନ୍‌ସନ ପ୍ରଦାନ ପ୍ରକ୍ରିୟାକୁ ସରଳ କରାଯାଇଛି। ସରକାରୀ କର୍ମଚାରୀ ଅବସର ତାରିଖର ୬ ମାସ ପୂର୍ବରୁ ଚୂଡ଼ାନ୍ତ ପେନ୍‌ସନ ମଞ୍ଜୁର ନିମନ୍ତେ ନିର୍ଦ୍ଧାରିତ ପେନ୍‌ସନ ଫର୍ମ ଦାଖଲ କରିବେ। ଏହି ସମୟ ମଧ୍ୟରେ ପେନ୍‌ସନ ମଞ୍ଜୁରୀ କର୍ତ୍ତୃପକ୍ଷ ଅଥବା କାର୍ଯ୍ୟାଳୟ ମୁଖ୍ୟ ଚୂଡ଼ାନ୍ତ ପେନ୍‌ସନ ସ୍ଥିର କରିବେ ଏବଂ ପେନ୍‌ସନ ପ୍ରଦାନ ନିମନ୍ତେ କାଗଜାତ ମହାହିସାବରକ୍ଷକଙ୍କ ନିକଟକୁ ପଠାଇବେ। ଏଥିରେ ଖିଲାପ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଜଳ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ‘ବନ୍ଧ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉନ୍ନତୀକରଣ ଯୋଜନା’ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏହି ଯୋଜନା ଚଳିତ ଆର୍ଥିକ ବର୍ଷରେ ଆରମ୍ଭ କରାଯାଇ ୨୦୨୫-୨୬ରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ୨୪୮ କୋଟି ଟଙ୍କା ଖର୍ଚ୍ଚ କରାଯାଇ ୧୬,୪୦୦ ହେକ୍ଟର ସେଚ ଅଞ୍ଚଳର ପୁନରୁଦ୍ଧାର କରାଯିବ। ଏହି ଯୋଜନାରେ ୫୦୩ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର ହେବ। ଜଳଭଣ୍ଡାରଗୁଡ଼ିକର ପରିକଳ୍ପିତ ମହଜୁଦ କ୍ଷମତାର ପୁନରୁଦ୍ଧାର ସହ କୃଷକମାନଙ୍କୁ ସୁନିଶ୍ଚିତ ଜଳସେଚନ ଯୋଗାଇବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଯୋଜନା ସମ୍ପୂର୍ଣ୍ଣ ହେଲେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପଗୁଡ଼ିକର ପରିକଳ୍ପିତ ଜଳଧାରଣ କ୍ଷମତା ବଢ଼ିବା ସହିତ କେନାଲର ତଳମୁଣ୍ଡ ଯାଏ ନିଶ୍ଚିତ ଜଳସେଚନ ସୁବିଧା ଯୋଗାଇ ଦିଆଯାଇ ପାରିବ।
ସେହିପରି ବ୍ରହ୍ମପୁରର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି) ଏବଂ ଭୁବନେଶ୍ୱରସ୍ଥିତ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଏସ୍‌ଆଇଟି)କୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଁ ଆସିବାକୁ ଥିବା ସ୍ବତନ୍ତ୍ର ଆଇନକୁ କ୍ୟାବିନେଟ୍‌ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri