ନିର୍ଦ୍ଧାରିତ ସମୟରେ କାଗଜାତ ନ ଦେଲେ ଦଣ୍ଡିତ ହେବେ ପେନ୍‌ସନ ମଞ୍ଜୁରୀ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ବେସାମରିକ ସେବା (ପେନ୍‌ସନ) ନିୟମାବଳୀ, ୧୯୯୨ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ସଂଶୋଧନ ଦ୍ୱାରା ଅବସର ନେଉଥିବା ସରକାରୀ କର୍ମଚାରୀଙ୍କ ଚୂଡ଼ାନ୍ତ ପେନ୍‌ସନ ପ୍ରଦାନ ପ୍ରକ୍ରିୟାକୁ ସରଳ କରାଯାଇଛି। ସରକାରୀ କର୍ମଚାରୀ ଅବସର ତାରିଖର ୬ ମାସ ପୂର୍ବରୁ ଚୂଡ଼ାନ୍ତ ପେନ୍‌ସନ ମଞ୍ଜୁର ନିମନ୍ତେ ନିର୍ଦ୍ଧାରିତ ପେନ୍‌ସନ ଫର୍ମ ଦାଖଲ କରିବେ। ଏହି ସମୟ ମଧ୍ୟରେ ପେନ୍‌ସନ ମଞ୍ଜୁରୀ କର୍ତ୍ତୃପକ୍ଷ ଅଥବା କାର୍ଯ୍ୟାଳୟ ମୁଖ୍ୟ ଚୂଡ଼ାନ୍ତ ପେନ୍‌ସନ ସ୍ଥିର କରିବେ ଏବଂ ପେନ୍‌ସନ ପ୍ରଦାନ ନିମନ୍ତେ କାଗଜାତ ମହାହିସାବରକ୍ଷକଙ୍କ ନିକଟକୁ ପଠାଇବେ। ଏଥିରେ ଖିଲାପ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଜଳ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ‘ବନ୍ଧ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉନ୍ନତୀକରଣ ଯୋଜନା’ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏହି ଯୋଜନା ଚଳିତ ଆର୍ଥିକ ବର୍ଷରେ ଆରମ୍ଭ କରାଯାଇ ୨୦୨୫-୨୬ରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ୨୪୮ କୋଟି ଟଙ୍କା ଖର୍ଚ୍ଚ କରାଯାଇ ୧୬,୪୦୦ ହେକ୍ଟର ସେଚ ଅଞ୍ଚଳର ପୁନରୁଦ୍ଧାର କରାଯିବ। ଏହି ଯୋଜନାରେ ୫୦୩ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର ହେବ। ଜଳଭଣ୍ଡାରଗୁଡ଼ିକର ପରିକଳ୍ପିତ ମହଜୁଦ କ୍ଷମତାର ପୁନରୁଦ୍ଧାର ସହ କୃଷକମାନଙ୍କୁ ସୁନିଶ୍ଚିତ ଜଳସେଚନ ଯୋଗାଇବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଯୋଜନା ସମ୍ପୂର୍ଣ୍ଣ ହେଲେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପଗୁଡ଼ିକର ପରିକଳ୍ପିତ ଜଳଧାରଣ କ୍ଷମତା ବଢ଼ିବା ସହିତ କେନାଲର ତଳମୁଣ୍ଡ ଯାଏ ନିଶ୍ଚିତ ଜଳସେଚନ ସୁବିଧା ଯୋଗାଇ ଦିଆଯାଇ ପାରିବ।
ସେହିପରି ବ୍ରହ୍ମପୁରର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି) ଏବଂ ଭୁବନେଶ୍ୱରସ୍ଥିତ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଏସ୍‌ଆଇଟି)କୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଁ ଆସିବାକୁ ଥିବା ସ୍ବତନ୍ତ୍ର ଆଇନକୁ କ୍ୟାବିନେଟ୍‌ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri