Posted inରାଜ୍ୟ

ପେନ୍‌ସନ୍‌ ଟଙ୍କା ଆତ୍ମସାତ୍‌ ମାମଲା: କନିଷ୍ଠ କିରାଣି ପ୍ରମୋଦ ରଥ ଗିରଫ

ବଲାଙ୍ଗୀର ଅଫିସ,୨୯।୧୨: ପେନ୍‌ସନ୍‌ ଟଙ୍କା ହଡପ୍‌ ମାମଲାରେ ବଲାଙ୍ଗୀର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ(ବିଇଓ) ଅଫିସର ନିଲମ୍ବିତ କନିଷ୍ଠ କିରାଣି ପ୍ରମୋଦ ରଥଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛ। ଭିଜିଲାନ୍ସ ଟିମ୍‌ ମଙ୍ଗଳବାର ହାତୀଶାଳପଡ଼ା ସ୍ଥିତ ସରକାରୀ କ୍ୱାର୍ଟରରୁ ତାଙ୍କୁ ଗିରଫ କରିଥିଲା। ଭିଜିଲାନ୍ସ ଟିମ୍‌ ତନ୍ତତ ବେଳେ ଘରୁ ନଗଦ ୮ ଲକ୍ଷ ୭୧ ହଜାର ଟଙ୍କା, ୬ଟି ବୁଲେଟ୍‌ ଗାଡି ଓ ଏକ କାରକୁ ଭିଜିଲାନ୍ସ ଟିମ୍‌ ଜବତ କରିଥିବା ଜଣାପଡିଛି। ୨୦୧୯ରେ ବଲାଙ୍ଗୀର ବିଇଓ ଅଫିସ ସରକାରୀ ତହବିଲରୁ ୧ କୋଟି ୭୧ ଲକ୍ଷ ଟଙ୍କା ହଡପ୍‌ ହୋଇଥିବା ଜଣାପଡିଥିଲା। ଏନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ମାମଲାର ତଦନ୍ତ ଆରମ୍ଭ ହୋଇଥିଲା। ବିଭାଗୀୟ ତଦନ୍ତ ରିପୋର୍ଟ ଏବଂ ତଥ୍ୟ ଅନୁଯାୟୀ କିରାଣୀ ରଥଙ୍କୁ ଫେବୃୟାରୀ ୧୨ରେ ଚାକିରୀରୁ ନିଲମ୍ବିତ କରାଯାଇଥିଲା। ପରେ ସରକାରୀ ତହବିଲରୁ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତରୁ କିରାଣି ରଥ ତାଙ୍କ ଅବସରପ୍ରାପ୍ତ ଶିକ୍ଷକ ବାପା, ସ୍ତ୍ରୀ ଓ ସମ୍ପର୍କୀୟଙ୍କ ଆକାଉଣ୍ଟକୁ ସରକାରୀ ତହବିଲରୁ ଲକ୍ଷାଧିକ ଟଙ୍କା ବେଆଇନ ଭାବେ ଟ୍ରାନ୍ସଫର କରିଥିବା ଜଣାପଡିଥିଲା। ଏହି ମାମଲାରେ ଗତ ଅଗଷ୍ଟ ୧୭ରେ ତତ୍କାଳୀନ ବଲାଙ୍ଗୀର ବ୍ଲକ୍‌ ଶିକ୍ଷା ଅଧିକାରୀ ରିଚପାଲ ସାଗରଙ୍କୁ ମଧ୍ୟ ରାଜ୍ୟ ସରକାର ନିଲମ୍ବନ କରିଥିଲେ। ମଙ୍ଗଳବାର ନିଲମ୍ବିତ କନିଷ୍ଠ କିରାଣି ରଥଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଗିରଫ ପରେ କିରାଣୀ ରଥଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି କାଦମ୍ବିନୀ ସାମଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?