ପିଇଓ ଆତ୍ମସାତ୍‌ କରିଥିଲେ ୬ ଲକ୍ଷ ୭୦ ହଜାର ଟଙ୍କା, ଆଜି ବନ୍ଧା ହେଲେ

ଭଞ୍ଜନଗର,୪ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପିଇଓ ବିରେନ୍ଦ୍ର କୁମାର ଶାସ୍ତ୍ରୀଙ୍କୁ ତାରସିଂ ପୋଲିସ ଗୁରୁବାର ଗିରଫ କରିଛି। ବିରେନ୍ଦ୍ର ପଞ୍ଚାୟତ ଆକାଉଣ୍ଟରେ ଥିବା ବାର୍ଦ୍ଧକ୍ୟ ଭତ୍ତା ଏବଂ ଅଖା ବିକ୍ରି ଟଙ୍କାଙ୍କୁ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ୬ ଲକ୍ଷ ୭୦ ହଜାର ଟଙ୍କା ସେ ଉଠାଇ ନେଇଥିଲେ। ଏନେଇ ତାରସିଂ ପୋଲିସ ୪୨୫/୨୫ରେ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଟଙ୍କା ଉଠାଇବା ସମୟରେ ଏକାଧିକ ବ୍ୟକ୍ତିଙ୍କ ଦସ୍ତଖତ ଦରକାର ପଡ଼ୁଛି। ତେଣୁ ଦସ୍ତଖତ କରିଥିବା କର୍ମଚାରୀ ଏବଂ ଅନ୍ୟମାନଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯିବ। ଏଥିରେ ଯଦି ସେମାନେ ମଧ୍ୟ ଜଡ଼ିତ ଥିବାର ପ୍ରମାଣ ମିଳିବ ତେବେ ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବ୍ଲକର ଜଣେ ଅଧିକାରୀ ଏଠାରେ ସୂଚନା ଦେଇଛନ୍ତ।

ପ୍ରକାଶ ଯେ, ପଞ୍ଚାୟତ ଆକାଉଣ୍ଟଗୁଡ଼ିକ ଠିକ୍‌ ଭାବେ ପରିଚାଳିତ ହେଉ ନ ଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ଏହିଭଳି ପରିସ୍ଥିତିରେ ଗତମାସରେ ବିଡିଓ ଭାରତୀ ଦେବୀ କେତେକ ପଞ୍ଚାୟତରୁ ଏଭଳି ଅଭିଯୋଗ ପାଇବା ପରେ ଏକ ଟିମ୍‌ ଗଠନ କରିଥିଲେ ତଦନ୍ତ ପାଇଁ। ତଦନ୍ତ ସମୟରେ ବ୍ରାହ୍ମଣପଦର ପିଇଓ ପଞ୍ଚାୟତ ଆକାଉଣ୍ଟରୁ ଉକ୍ତ ଟଙ୍କା ଉଠାଇଥିବା ଜଣାପଡ଼ିଥିଲା। ତଦନ୍ତ ଟିମ୍‌ ଉଠା ଯାଇଥିବା ନଗଦ ଟଙ୍କା ପଞ୍ଚାୟତ ଲକରରେ ଅଛି କି ଜାଣିବାକୁ ଚାହିଁଥିଲେ। କିନ୍ତୁ ଟଙ୍କା ସେଠି ମଧ୍ୟ ନ ଥିଲା। ତେଣୁ ବେନିୟମ ଭାବେ ଟଙ୍କା ଉଠାଇ ଅର୍ଥ ଆତ୍ମସାତ କରିଥିବା ନେଇ ଟିମ୍‌ ବିଡିଓଙ୍କୁ ରିପୋର୍ଟ ଦାଖଲ କରିଥିଲେ। ଏହା ପରେ ବିଡିଓ ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗ ଆଧାରରେ ପୋଲିସ ଘଟଣାର ପ୍ରାଥମିକ ତଦନ୍ତ କରି ଆଜି ଅଭିଯୁକ୍ତଙ୍କୁ ଗିରଫ କରିଥିବା ଥାନା ଅଧିକାରିଣୀ ଶୁଭଲକ୍ଷ୍ମୀ ପୂଜାରୀ ସୂଚନା ଦେଇଛନ୍ତି। ଏହିଭଳି ଅର୍ଥ ଆତ୍ମସାତ୍‌ ଆଉ କିଛି ପଞ୍ଚାୟତରେ ମଧ୍ୟ ହୋଇଥିବା ଆଶଙ୍କା କରାଯାଉଛି। ତେଣୁ ତଦନ୍ତକୁ ଜୋରଦାର କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri