ପିଇଓ ଆତ୍ମସାତ୍‌ କରିଥିଲେ ୬ ଲକ୍ଷ ୭୦ ହଜାର ଟଙ୍କା, ଆଜି ବନ୍ଧା ହେଲେ

ଭଞ୍ଜନଗର,୪ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପିଇଓ ବିରେନ୍ଦ୍ର କୁମାର ଶାସ୍ତ୍ରୀଙ୍କୁ ତାରସିଂ ପୋଲିସ ଗୁରୁବାର ଗିରଫ କରିଛି। ବିରେନ୍ଦ୍ର ପଞ୍ଚାୟତ ଆକାଉଣ୍ଟରେ ଥିବା ବାର୍ଦ୍ଧକ୍ୟ ଭତ୍ତା ଏବଂ ଅଖା ବିକ୍ରି ଟଙ୍କାଙ୍କୁ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ୬ ଲକ୍ଷ ୭୦ ହଜାର ଟଙ୍କା ସେ ଉଠାଇ ନେଇଥିଲେ। ଏନେଇ ତାରସିଂ ପୋଲିସ ୪୨୫/୨୫ରେ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଟଙ୍କା ଉଠାଇବା ସମୟରେ ଏକାଧିକ ବ୍ୟକ୍ତିଙ୍କ ଦସ୍ତଖତ ଦରକାର ପଡ଼ୁଛି। ତେଣୁ ଦସ୍ତଖତ କରିଥିବା କର୍ମଚାରୀ ଏବଂ ଅନ୍ୟମାନଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯିବ। ଏଥିରେ ଯଦି ସେମାନେ ମଧ୍ୟ ଜଡ଼ିତ ଥିବାର ପ୍ରମାଣ ମିଳିବ ତେବେ ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବ୍ଲକର ଜଣେ ଅଧିକାରୀ ଏଠାରେ ସୂଚନା ଦେଇଛନ୍ତ।

ପ୍ରକାଶ ଯେ, ପଞ୍ଚାୟତ ଆକାଉଣ୍ଟଗୁଡ଼ିକ ଠିକ୍‌ ଭାବେ ପରିଚାଳିତ ହେଉ ନ ଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ଏହିଭଳି ପରିସ୍ଥିତିରେ ଗତମାସରେ ବିଡିଓ ଭାରତୀ ଦେବୀ କେତେକ ପଞ୍ଚାୟତରୁ ଏଭଳି ଅଭିଯୋଗ ପାଇବା ପରେ ଏକ ଟିମ୍‌ ଗଠନ କରିଥିଲେ ତଦନ୍ତ ପାଇଁ। ତଦନ୍ତ ସମୟରେ ବ୍ରାହ୍ମଣପଦର ପିଇଓ ପଞ୍ଚାୟତ ଆକାଉଣ୍ଟରୁ ଉକ୍ତ ଟଙ୍କା ଉଠାଇଥିବା ଜଣାପଡ଼ିଥିଲା। ତଦନ୍ତ ଟିମ୍‌ ଉଠା ଯାଇଥିବା ନଗଦ ଟଙ୍କା ପଞ୍ଚାୟତ ଲକରରେ ଅଛି କି ଜାଣିବାକୁ ଚାହିଁଥିଲେ। କିନ୍ତୁ ଟଙ୍କା ସେଠି ମଧ୍ୟ ନ ଥିଲା। ତେଣୁ ବେନିୟମ ଭାବେ ଟଙ୍କା ଉଠାଇ ଅର୍ଥ ଆତ୍ମସାତ କରିଥିବା ନେଇ ଟିମ୍‌ ବିଡିଓଙ୍କୁ ରିପୋର୍ଟ ଦାଖଲ କରିଥିଲେ। ଏହା ପରେ ବିଡିଓ ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗ ଆଧାରରେ ପୋଲିସ ଘଟଣାର ପ୍ରାଥମିକ ତଦନ୍ତ କରି ଆଜି ଅଭିଯୁକ୍ତଙ୍କୁ ଗିରଫ କରିଥିବା ଥାନା ଅଧିକାରିଣୀ ଶୁଭଲକ୍ଷ୍ମୀ ପୂଜାରୀ ସୂଚନା ଦେଇଛନ୍ତି। ଏହିଭଳି ଅର୍ଥ ଆତ୍ମସାତ୍‌ ଆଉ କିଛି ପଞ୍ଚାୟତରେ ମଧ୍ୟ ହୋଇଥିବା ଆଶଙ୍କା କରାଯାଉଛି। ତେଣୁ ତଦନ୍ତକୁ ଜୋରଦାର କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri