ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ

ଗୋପ/କୋଣାର୍କ,୧୩।୧(ଡି.ଏନ୍‌.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ତଥା ଗୋପ ବ୍ଲକ ଅନ୍ତର୍ଗତ ଶିମିଳି ପଞ୍ଚାୟତର ପ୍ରଶାନ୍ତ କୁମାର ସ୍ବାଇଁ। ଏପରିକି ଜଣେ କାର୍ଯ୍ୟରତ ଅଧିକାରୀଙ୍କ ଏଭଳି ଅବହେଳାକୁ ନେଇ ଗୋପ ବିଡିଓ ଦୀପ୍ତିରାଣୀ ଦାସ ସମ୍ପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରିବା ଲାଗି ବ୍ଲକ ଚିଠି ନମ୍ବର ୧୩୫, ତା ୧୨ା୧ା୨୦୨୩ ମାଧ୍ୟମରେ ଜିଲାପାଳଙ୍କୁ ସୁପାରିସ କରିଛନ୍ତି। ସୂଚନା ଅନୁଯାୟୀ, କିଛିଦିନ ହେବ ପ୍ରଶାନ୍ତ ଶିମିଳି ପଞ୍ଚାୟତରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ନେଇଥିଲେ। ମାତ୍ର ଅଧିକାଂଶ ସମୟ ସେ କାର୍ଯ୍ୟାଳୟ ଟେବୁଲରେ ଥିବା ଏକ ଜାତୀୟ ପତାକାକୁ ସାଧାରଣ କପଡ଼ା ଭାବେ ଟେବୁଲ ପୋଛାପୋଛି କରି ଆସୁଥିଲେ। କେତେକ ବୈଠକରେ ଜାତୀୟ ପତାକାକୁ ତାଙ୍କର ଏପରି ଅବମାନନା କରୁଥିବା ଦେଖି ସରପଞ୍ଚ, ସଭ୍ୟାସଭ୍ୟ ଅସନ୍ତୋଷ ପ୍ରକାଶ କରିବା ସହ ବାରମ୍ବାର କହିଥିଲେ ମଧ୍ୟ ସେ ଶୁଣି ନ ଥିଲେ। କିଛିଦିନ ତଳେ ସମ୍ପୃକ୍ତ ଅଧିକାରୀ ଜାତୀୟ ପତାକାକୁ ନେଇ ମୋବାଇଲ ଫୋନ, ଟେବୁଲ ପୋଛାପୋଛି କରିବା ବେଳେ ଜଣେ ବ୍ୟକ୍ତି ଭିଡିଓ ଉତ୍ତୋଳନ କରିବା ପରେ ଏହି ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଗୁରୁବାର ଏହି ପ୍ରସଙ୍ଗରେ ଭାଜପା ସମେତ ବିଭିନ୍ନ ସଂଗଠନ ପକ୍ଷରୁ ଗୋପ ଓ କୋଣାର୍କ ଥାନାରେ ଏତଲା ଦିଆଯାଇଥିଲା। କୋଣାର୍କ ପୋଲିସ ଥାନା ପୋଲିସ ଏକ ମାମଲା (ନଂ. ୧୩/୨୩) ରୁଜୁ କରି ଅପରାହ୍ନରେ ଶିମିଳି ପଞ୍ଚାୟତ ଅଫିସରୁ ଅଧିକାରୀ ପ୍ରଶାନ୍ତଙ୍କୁ ଗିରଫ କରିଛିି। ଅନ୍ୟପଟେ ଗୋପ ବିଡିଓ ସଂଗଠନ ପକ୍ଷରୁ କରାଯାଇଥିବା ଅଭିଯୋଗକୁ ନେଇ ସମ୍ପୃକ୍ତ ପିଇଓଙ୍କ ବିରୋଧରେ ତୁରନ୍ତ ଶୁଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଚିଠି ଲେଖିଛନ୍ତି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମାଙ୍କୁ ପଚାରିବାରେ ସମ୍ପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯିବ ବୋଲି କହିଛନ୍ତି। ଶେଷରେ ଗଣମାଧ୍ୟମ ଆଗରେ ପିଇଓ ସ୍ବାଇଁ ଏପରି ଭୁଲ୍‌ ପାଇଁ ଦୁଃଖ ପ୍ରକାଶ କରିବା ସହ ଭବିଷ୍ୟତରେ ଏଭଳି ନ କରିବା ପାଇଁ କ୍ଷମାପ୍ରାର୍ଥନା ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri