ଚିକିତ୍ସାଧୀନ ଅବସ୍ଥାରେ ପିଇଓଙ୍କ ମୃତ୍ୟୁ: ଦୁର୍ଘଟଣା ନା ହତ୍ୟା ଉଠିଲା ପ୍ରଶ୍ନ

ଭବାନୀପାଟଣା,୯ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟ ଜାତୀୟ ରାଜପଥ ୨୬ ଉପରେ ଗତ ବୁଧବାର ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଜଣେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଉଦ୍ଧାର କରାଯାଇଥିଲା। ତାଙ୍କ ନାମ ନାଗାର୍ଜୁନ ବାଗ(୩୯) ଓ ସେ କଲମପୁର ବ୍ଲକ ଭାଟିଗାଁର ବୋଲି ଜଣାପଡ଼ିଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ସଙ୍କଟାପନ୍ନ ହେବାରୁ ବରଗଡ଼ ବିକାଶ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳରେ ତାଙ୍କର ମୃତ୍ୟୁ ହୋଇଛି। ମୁଣ୍ଡରେ ଗଭୀର ମାଡ଼ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ପିଇଓ ବାଗଙ୍କ ମୃତ୍ୟୁର କାରଣ ଦୁର୍ଘଟଣା ନା ଆଉ କିଛି ତାହାକୁ ନେଇ ଏବେ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। କାରଣ ମୁଣ୍ଡର ଆଘାତକୁ ଦେଖିଲେ ଏହା ଦୁର୍ଘଟଣା ବୋଲି ମନେହୁଏ ନାହିଁ ବରଂ ତାଙ୍କୁ ହତ୍ୟା କରାଯାଇଥିବା ନେଇ ସମ୍ପର୍କୀୟ ଅଭିଯୋଗ ଆଣିଛନ୍ତି। ଶନିବାର ସନ୍ଧ୍ୟାରେ ନିଜ ଗ୍ରାମରେ ମୃତଦେହ ପହଞ୍ଚିଥିଲା। ଏହାପରେ ଶୋକାକୁଳ ପରିବେଶରେ ତାଙ୍କର ଅନ୍ତେଷ୍ଟି କ୍ରିୟା କରାଯାଇଥିଲା। ପିଇଓ ବାଗ ଭବାନୀପାଟଣା ବ୍ଲକ ପଲନା, ଅର୍ତ୍ତଲ ଓ ମାଟିଆ ଆଦି ୩ ପଞ୍ଚାୟତର ଦାୟିତ୍ୱ ତୁଲାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri