ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର ଉତ୍ସ ତୁଳନାରେ ଭିଜିଲାନ୍ସ ୩୦୦ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ କରିଛି । ଏହାପରେ ବୁଧବାର କୁବେର ପିଇଓଙ୍କୁ ଗିରଫ କରାଯାଇଛି ।

ଗିରଫ ପରେ ତାଙ୍କୁ ବରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତିଙ୍କ ପାଖରେ ହାଜର କରାଯାଇଥିଲା। ଏହାପରେ ପିଇଓ ବେହେରାଙ୍କୁ ସ୍ଥାନୀୟ ଜିଲା କାରାଗାରକୁ ପଠାଇ ଦିଆଯାଇଛି । ପିଇଓ ବେହେରାଙ୍କ ସ୍ତ୍ରୀଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଥିବା ଭିଜିଲାନ୍ସ ସୂଚନା ଦେଇଛି। ଏ ନେଇ ସମ୍ବଲପୁର ଭିଜିଲାନ୍ସ ଏକ ମାମଲା (ନଂ-୧୭/୨୬) ରୁଜୁ କରିଛି ।

ସୂଚନା ଅନୁଯାୟୀ, ପିଇଓଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହାପରେ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତିଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ମଙ୍ଗଳବାର ଭିଜିଲାନ୍ସ ପିଇଓ ବେହେରାଙ୍କ କାର୍ଯ୍ୟାଳୟ, ପୈତୃକ ଘର, ବାସଭବନ, ମାର୍କେଟ କମ୍ପ୍ଲେକ୍ସ, ଗୋଦାମ ଗୃହ ଆଦି ସ୍ଥାନରେ ଏକକାଳୀନ ଅତର୍କିତ ଚଢ଼ାଉ କରିଥିଲା । ତନାଘନା ପରେ ପ୍ରାୟ ୧୪ହଜାର ୫୦୦ ବର୍ଗଫୁଟ୍‌ର ୨ଟି ବହୁତଳୀୟ କୋଠା, ୧ଟି ମାର୍କେଟ୍ କମ୍ପ୍ଲେକ୍ସ, ୧ଟି ଗୋଦାମ, ୩୫ଟି ପ୍ଲଟ୍, ନଗଦ ୩ଲକ୍ଷ ୫ହଜାର ଟଙ୍କା, ୧ଟି ଟ୍ରାକ୍ଟର, ୧ଟି ବୋଲେରୋ, ୩୫ଟି ମୂଲ୍ୟବାନ ପ୍ଲଟ୍, ୪ଟି ଦୁଇଚକିଆ ଯାନ, ୩ଲକ୍ଷ ୭୦ ହଜାର ଟଙ୍କା ମୂଲ୍ୟର ସୁନା ଅଳଙ୍କାର, ଘରୋଇ ସାମଗ୍ରୀ ଆଦି ଠାବ ହୋଇଥିଲା । ପିଇଓ ବେହେରା ସମସ୍ତ ସମ୍ପତ୍ତିର ସନ୍ତୋଷଜନକ ହିସାବ ଦେଇପାରି ନଥିଲେ । ଏହାପରେ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?