ମହିଳା ସଂଘର ଟଙ୍କା ଆତ୍ମସାତ୍‌ ମାମଲା: ପିଅନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ

ପୁରୁଷୋତ୍ତମପୁର,୧ା୮(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କାକୁ ଆତ୍ମସାତ୍‌ କରିଥିବା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜା ପ୍ରିୟଦର୍ଶନୀ ପତି ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(୩୮)ଙ୍କୁ ୪୨୦ ଦଫାରେ ଦୁଇବର୍ଷ ଜେଲ୍‌ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଏପରିକି ଏହି ଜରିମାନା ଟଙ୍କାକୁ ଉକ୍ତ ମହିଳା ସଂଘକୁ ପ୍ରଦାନ କରିବା ଓ ଟଙ୍କା ନ ଦେଲେ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବା ଲାଗି ରାୟରେ ପ୍ରକାଶ କରିଛନ୍ତି।
ମାମଲାର ବିବରଣୀରୁ ଜଣାପଡ଼ିଛି ଯେ, ଗତ ୧୦.୮.୨୦୨୩ରେ ପୁରୁଷୋତ୍ତମପୁର ଥାନା ରାଜପୁର ଗ୍ରାମର ରାଧାକୃଷ୍ଣ ଏସ୍‌ଏଚ୍‌ଜି ମହିଳା ସଂଘ ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଋଣ ନେଇଥିବା ବେଳେ ଏହାର ପରିଶୋଧର କିସ୍ତି ଟଙ୍କା ୨୦ ହଜାର ସହ ଜମା ଟଙ୍କା ୨୯ ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟରେ ନ ଥିବାର ନେଇ ପୋଲିସରେ ଅଭିଯୋଗ କରିଥିଲେ। ଏହାକୁ ନେଇ ଥାନା କେସ୍‌ ନଂ ୫୯୯/୨୩ରେ ତଦନ୍ତକାରୀ ପୋଲିସ ଅଫିସର ସୁଶାନ୍ତ କୁମାର ମଶ୍ର ଘଟଣାର ତଦନ୍ତ କରି ରାମଚନ୍ଦ୍ରଙ୍କୁ ଗିରଫ କରିବା ସହ ପ୍ରମାଣ ଭିତ୍ତିକ ଚାର୍ଜଶିଟ୍‌ କୋର୍ଟରେ ଦାଖଲ କରିଥିଲେ। ଏହାକୁ ନେଇ ବିଚାରପତି ୧୪ ଜଣ ସାକ୍ଷ୍ୟ ପ୍ରମାଣ ଓ ଚାର୍ଜଶିଟ୍‌ର ତଥ୍ୟକୁ ଭିତ୍ତିକରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ କୃଷ୍ଣଚନ୍ଦ୍ର ଗୌଡ଼ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri