ମହିଳା ସଂଘର ଟଙ୍କା ଆତ୍ମସାତ୍‌ ମାମଲା: ପିଅନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ

ପୁରୁଷୋତ୍ତମପୁର,୧ା୮(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କାକୁ ଆତ୍ମସାତ୍‌ କରିଥିବା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜା ପ୍ରିୟଦର୍ଶନୀ ପତି ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(୩୮)ଙ୍କୁ ୪୨୦ ଦଫାରେ ଦୁଇବର୍ଷ ଜେଲ୍‌ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଏପରିକି ଏହି ଜରିମାନା ଟଙ୍କାକୁ ଉକ୍ତ ମହିଳା ସଂଘକୁ ପ୍ରଦାନ କରିବା ଓ ଟଙ୍କା ନ ଦେଲେ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବା ଲାଗି ରାୟରେ ପ୍ରକାଶ କରିଛନ୍ତି।
ମାମଲାର ବିବରଣୀରୁ ଜଣାପଡ଼ିଛି ଯେ, ଗତ ୧୦.୮.୨୦୨୩ରେ ପୁରୁଷୋତ୍ତମପୁର ଥାନା ରାଜପୁର ଗ୍ରାମର ରାଧାକୃଷ୍ଣ ଏସ୍‌ଏଚ୍‌ଜି ମହିଳା ସଂଘ ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଋଣ ନେଇଥିବା ବେଳେ ଏହାର ପରିଶୋଧର କିସ୍ତି ଟଙ୍କା ୨୦ ହଜାର ସହ ଜମା ଟଙ୍କା ୨୯ ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟରେ ନ ଥିବାର ନେଇ ପୋଲିସରେ ଅଭିଯୋଗ କରିଥିଲେ। ଏହାକୁ ନେଇ ଥାନା କେସ୍‌ ନଂ ୫୯୯/୨୩ରେ ତଦନ୍ତକାରୀ ପୋଲିସ ଅଫିସର ସୁଶାନ୍ତ କୁମାର ମଶ୍ର ଘଟଣାର ତଦନ୍ତ କରି ରାମଚନ୍ଦ୍ରଙ୍କୁ ଗିରଫ କରିବା ସହ ପ୍ରମାଣ ଭିତ୍ତିକ ଚାର୍ଜଶିଟ୍‌ କୋର୍ଟରେ ଦାଖଲ କରିଥିଲେ। ଏହାକୁ ନେଇ ବିଚାରପତି ୧୪ ଜଣ ସାକ୍ଷ୍ୟ ପ୍ରମାଣ ଓ ଚାର୍ଜଶିଟ୍‌ର ତଥ୍ୟକୁ ଭିତ୍ତିକରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ କୃଷ୍ଣଚନ୍ଦ୍ର ଗୌଡ଼ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri