ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ପିଅନ

ବାଲେଶ୍ୱର ଅଫିସ, ୩।୧୨: ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଉଠାଣ ନିମନ୍ତେ କାଗଜପତ୍ର ଠିକ୍‌ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତ ବିଭାଗ-୨ କାର୍ଯ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ (ପିଅନ) ପଦ୍ମନାଭ ସ୍ବାଇଁ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।
ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜକୁ ଇଲେକ୍ଟ୍ରି ସାମଗ୍ରୀ ଯୋଗାଇଥିବା କଟକ ଅମ୍ବିକା ଆସୋସିଏଟ୍‌ର ଜଣେ ସହକାରୀ ଠିକାଦାର ରୁଦ୍ର କୁମାର ବେହେରା ସିକ୍ୟୁରିଟି ଟଙ୍କା ଉଠାଣ ନିମନ୍ତେ ବାରମ୍ବାର ପୂର୍ତ୍ତ ବିଭାଗ କାର୍ଯ୍ୟାଳୟକୁ ଯାଇ ନିରାଶ ହୋଇଥିଲେ। ତାଙ୍କୁ ବିଭାଗୀୟ ଅଧିକାରୀ ଲକ୍ଷାଧିକ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏଥିରେ ଅତିଷ୍ଠ ହୋଇ ବେହେରା ଭିଜିଲାନ୍ସର ଆଶ୍ରୟ ନେଇଥିଲେ। ଭିଜିଲାନ୍ସ ଯୋଜନା ଅନୁସାରେ ବେହେରା ଟଙ୍କାକୁ ନେଇ ପିଅନ ପଦ୍ମନାଭଙ୍କୁ ଦେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସେ ପିଅନ ହୋଇଥିଲେ ମଧ୍ୟ ଜିଲା ପୂର୍ତ୍ତବିଭାଗ ୧ ଓ ୨ର ଠିକାଦାରମାନଙ୍କର ଥିବା ସିକ୍ୟୁରିଟି ଟଙ୍କା ଏକ ବର୍ଷ ପରେ ଫେରସ୍ତ କରିବା ପାଇଁ ସମସ୍ତ କାଗଜପତ୍ରକୁ ଅଡ଼ିଟ୍‌ କରି ଫାଇଲ୍‌ ପ୍ରସ୍ତୁତ କରିଥାନ୍ତି। ପରେ ବିଭାଗୀୟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ଏହାକୁ ତଦନ୍ତ କରି ମୋଟ୍‌ କାର୍ଯ୍ୟର ଡିପୋଜିଟ୍‌ ଥିବା ୫% ସିକ୍ୟୁରିଟି ଟଙ୍କା ଫେରସ୍ତ କରିଥାନ୍ତି। ଏହି କାର୍ଯ୍ୟ ପାଇଁ ପିଅନ ପଦ୍ମନାଭ ଠିକାଦାର ବେହେରାଙ୍କଠାରୁ ଶନିବାର ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ। ଅନ୍ୟପକ୍ଷରେ ସୋର ଉତ୍ତରେଶ୍ୱର ଅଞ୍ଚଳସ୍ଥିତ ପଦ୍ମନାଭଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇ ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri