ଭାରତୀ ପାହାଡ଼ ଚଢ଼ିଲେ ମାନସିକଧାରୀ

ଭୁବନ, ୧୫।୧(ଡି.ଏନ୍‌.ଏ.):  ପ୍ରସିଦ୍ଧ ମକର ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ଭୁବନର ସିଦ୍ଧ ରାମଚଣ୍ଡୀ ପୀଠ। ୧୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମରେ ପୀଠ ଲୋକାରଣ୍ୟ ହୋଇପଡ଼ିଥିବାବେଳେ ମାନସିକଧାରୀ ଭାରତୀ ପାହାଡ଼ ଚଢ଼ିଥିଲେ।
ମକର ସଂକ୍ରାନ୍ତି ଉପଲକ୍ଷେ ମା’ଙ୍କ ପୀଠରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ସକାଳୁ ସକାଳୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଆରମ୍ଭ ହୋଇଥିଲା। ଭୁବନ ସମେତ ଜିଲାର ବିଭିନ୍ନ ସ୍ଥାନରୁ ମାନସିକଧାରୀମାନେ ମା’ଙ୍କ ଆଶୀର୍ବାଦ ନେବାକୁ ଭିଡ଼ ଜମାଇଥିଲେ। ଦର୍ଶନ ପରେ ମାନସିକ ପୂରଣ ପାଇଁ ପ୍ରଚଳିତ ବିଶ୍ୱାସ ଅନୁଯାୟୀ ଭାରତୀ ପାହାଡ଼ ଚଢ଼ିଥିଲେ। ମୁଖ୍ୟ ପୁରୋଧା କୈଳାସ ଚନ୍ଦ୍ର ମିଶ୍ର ମା’ ଚଣ୍ଡୀଙ୍କ ପୂଜାର୍ଚ୍ଚନା କରିଥିବାବେଳେ ପରିଚାଳନା କମିଟି ସଭାପତି ବିଦ୍ୟାଧର ପାତ୍ର, ଉପସଭାପତି ବୀରବର ପୃଷ୍ଟି, ସମ୍ପାଦକ ବିଶ୍ୱନାଥ ସାହୁ, କୋଷାଧ୍ୟକ୍ଷ ସନାତନ ମହାରଣା, ବରିଷ୍ଠ କର୍ମକର୍ତ୍ତା ବୃନ୍ଦାବନ ପୃଷ୍ଟି, ଦାମୋଦର ସାହୁ, ପ୍ରଶାନ୍ତ କୁମାର ସାହୁ ପ୍ରମୁଖ ସହଯୋଗ କରିଥିଲେ। ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ୭ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ମେଳା ପାଇଁ ବହୁ ଉଠାଦୋକାନୀଙ୍କ ଭିଡ଼ ଜମିଛି। ପାଗ ଅନୁକୂଳ ଥିବାରୁ ଆଗାମୀ ଦିନରେ ବିପୁଳ ଜନ ସମାଗମ ହେବାର ସମ୍ଭାବନା ରହିଛି।
ସେହିପରି ବୁଦ୍ଧେଶ୍ୱର ଶୈବପୀଠ, ବାଟ ତାରିଣୀ ପୀଠ, ମଠକରଗୋଳା ପଞ୍ଚାୟତ ମଉଳା-ଭଣଜା ପାହାଡ଼, ଅନଳ, ମଝିପାଳରେ ମଧ୍ୟ ମହାଆଡ଼ମ୍ବରରେ ମକର ମେଳା ଅନୁଷ୍ଠିତ ହୋଇଛି। ଏହି ଉପଲକ୍ଷେ ବିଭିନ୍ନ ସ୍ଥାନରେ ଟୁସୁ ଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri