ବୈତରଣୀରେ କୁମ୍ଭୀର, ଲୋକେ ଭୟଭୀତ

ଧାମନଗର,୨୧।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଆନନ୍ଦପୁର ପଞ୍ଚାୟତର ନିର୍ମାଣାଧୀନ ବୈତରଣୀ ସେତୁ ନିକଟରେ ଶନିବାର ଅପରାହ୍ନରେ ନଦୀରେ ଏକ କୁମ୍ଭୀର ଦେଖିବାକୁ ମିଳିଛି। କୁମ୍ଭୀରକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ତେବେ ନଦୀରେ କୁମ୍ଭୀର ଭାସୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।ସ୍ଥାନୀୟ ଯୁବକମାନେ ସେତୁ ଉପରେ ଠିଆ ହୋଇ ବନ୍ୟା ପାଣି ଦେଖୁଥିବା ବେଳେ ଏକ କୁମ୍ଭୀର ନଜରକୁ ଆସିଥିଲା। ଏହି ଖବର ପ୍ରଚାରିତ ହେବା ପରେ ସେଠାରେ ଶତାଧିକ ଲୋକଙ୍କ ଭିଡ଼ ଜମିଥିଲା। କୁମ୍ଭୀରଟି ଧୀରେ ଧୀରେ ଆନନ୍ଦପୁର ଘାଟରୁ ତଳକୁ ଉତେଇପୁର ଆଡ଼କୁ ନଦୀରେ ଯାଇଥିଲା। ଉତେଇପୁର ଅଞ୍ଚଳରେ ଲୋକେ ଡଙ୍ଗା ସାହାଯ୍ୟରେ ଜାଲ ଧରି ନଦୀରେ କୁମ୍ଭୀର ଖୋଜିଥିଲେ। ଏନେଇ ଧାମନଗର ବନ ବିଭାଗ ପାଖରେ କୌଣସି ଖବର ନ ଥିବା ରେଞ୍ଜର କୁଶ ଚରଣ ସିଂ ପ୍ରକାଶ କରିଛନ୍ତି। ତେବେ ମିଠା ପାଣି ପାଇ କୁମ୍ଭୀର ଉପରକୁ ଉଠି ଆସିଥିବ। ପୁଣି ତଳକୁ ପଳାଇଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri