ରାଇସମିଲ୍‌ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍‌ ଗେଟ୍‌ରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସି ରହିଛନ୍ତି। ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଏନେଇ ଅବଗତ କରାଯିବା ସହ ଉପଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମଧ୍ୟ ଲିଖିତ ଭାବେ ଜଣାଯାଇଛି। ମିଲ୍‌କୁ ବନ୍ଦ କରା ନ ଗଲେ ଜାତୀୟ ରାଜପଥକୁ ବନ୍ଦ କରାଯିବ ବୋଲି ଶାନ୍ତିସ୍ବରୂପ ସ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଅଂଶୁପ୍ରକାଶ ସ, ରଞ୍ଜୁକ୍ତା ମହାପାତ୍ର, ଶକୁନ୍ତଳା ମହାପାତ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି।
କୁରୁଡ଼ାରେ ଥିବା ଏସ୍‌ଏସ୍‌ ଆଗ୍ରୋ ପ୍ରାଇଭେଟ୍‌ ଲିମିଟେଡ୍‌ ରାଇସ୍‌ମିଲ୍‌ରୁ ବାହାରୁଥିବା ବିଷାକ୍ତ ପ୍ରଦୂଷଣଯୁକ୍ତ ଅପରିଷ୍କାର ଜଳ, ପାଉଁଶକୁ ପ୍ରଦୂଷଣ ଆଇନ୍‌କୁ ଉଲ୍ଲଂଘନ କରି ସରକାରୀ ଜମିକୁ ଦୀର୍ଘ ଦିନ ଧରି ଛାଡିଆସୁଛି। ଫଳରେ ଗୋଚାରଣ ଭୂମିକୁ ନଷ୍ଟ କରିବା ସହ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟବସ୍ଥାକୁ ପ୍ରଭାବିତ କରୁଛି। ଏପରିକି କାରଖାନାରେ ଚାଉଳ ପରିଷ୍କାର କଲାବେଳେ ବାହାରୁଥିବା ତଷୁ ଉଡ଼ି ୧୬ନଂ. ଜାତୀୟ ରାଜପଥରେ ଯାଉଥିବା ମୋଟରସାଇକେଲ ଓ ସାଇକେଲ ଯାତ୍ରୀମାନଙ୍କ ଆଖିରେ ପଡ଼ି ଅନେକ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏନେଇ କୁରୁଡ଼ା ଓ ସରସ୍ବତୀପୁର ଅଞ୍ଚଳ ଅଧିବାସୀ ଗତ ୨୦୧୨ ନଭେମ୍ବର ୭ ତାରିଖଠାରୁ ଅଦ୍ୟାବଧି ସ୍ଥାନୀୟ ଓ ଜିଲା ପ୍ରଶାସନଙ୍କୁ ବିଭିନ୍ନ ସମୟରେ ଲିଖିତ ଜଣାଇଆସୁଛନ୍ତି। ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ ହେବାରୁ ଅଞ୍ଚଳବାସୀ ଏଭଳି ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri