ସ୍ଥାୟୀ ବନ୍ଦୋବସ୍ତ ଲାଗି ଦାବିକଲେ ଲୋକେ

ବାଲେଶ୍ୱର ଅଫିସ,୨୦।୭ – ବାଲେଶ୍ୱର ସହରସ୍ଥିତ ଶୋଭାରାମପୁର ଅଞ୍ଚଳରେ ଥିବା ରେଲଓ୍ବେ ଜମି ଉପରେ ୩ଦଶନ୍ଧି ଧରି ବସବାସ କରୁଥିବା ଲୋକଙ୍କୁ ରାଜ୍ୟ ସରକାର ଭୂମିହୀନ ଭାବେ ଚିହ୍ନଟ କରି ଉକ୍ତ ସ୍ଥାନର ପଟ୍ଟା ପ୍ରଦାନ କରିଛନ୍ତି। କିଛି ଲୋକଙ୍କୁ ଉକ୍ତ ପଟ୍ଟା ବଳରେ ପୌରାଞ୍ଚଳ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ କରିବା ପାଇଁ କାର୍ଯ୍ୟାଦେଶ ଦେବା ପରେ ଅନେକ ଲୋକ ଘର ମଧ୍ୟ ସମ୍ପୂର୍ଣ୍ଣ କରିଦେଇଥିବା ବେଳେ କିଛି ନିର୍ମାଣାଧୀନ ରହିଛି। କିନ୍ତୁ ବର୍ତ୍ତମାନ ବାଲେଶ୍ୱରରୁ ନୀଳଗିରିରେ ଏକ ନୂତନ ରେଳଧାରଣା ହେବାକୁ ଯାଉଛି। ଏଥିପାଇଁ ସେମାନଙ୍କୁ ରେଲଓ୍ବେ ପକ୍ଷରୁ ୧୫ଦିନ ମଧ୍ୟରେ ଘର ଛାଡ଼ିବା ପାଇଁ ନୋଟିସ୍‌ ହୋଇଛି। ଏହାକୁ ବିରୋଧ କରି ରାଜ୍ୟ ଭାଜପା ଯୁବମୋର୍ଚ୍ଚା ଉପସଭାପତି ମାନସ କୁମାର ଦତ୍ତଙ୍କ ନେତୃତ୍ୱରେ ନୋଟିସ୍‌ ପାଇଥିବା ବ୍ୟକ୍ତିମାନେ ସ୍ଥାୟୀ ସୁବନ୍ଦୋବସ୍ତ ପାଇଁ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
ରାଜ୍ୟ ସରକାରଙ୍କ ତରଫରୁ ଉକ୍ତ ସ୍ଥାନରେ ଲୋକମାନଙ୍କୁ ପଟ୍ଟା ଓ ଭୂମିହୀନ ପ୍ରମାଣପତ୍ର ମିଳିବା ପରେ ମଧ୍ୟ କ’ଣ ପାଇଁ ରେଳ ବିଭାଗ ସେମାନଙ୍କୁ ଉଠାଇବା ପାଇଁ ନୋଟିସ ଜାରି କରିଛି, ସ୍ଥାୟୀ ପଟ୍ଟା ଓ ଭୂମିହୀନ ପ୍ରମାଣପତ୍ର (ଉଷା ରିପୋର୍ଟ) କ’ଣ ଭିତ୍ତିହୀନ ବୋଲି ପ୍ରଶ୍ନ କରିଛନ୍ତି ସ୍ଥାନୀୟ ବାସୀନ୍ଦାଙ୍କ ସହ ୨୦ନଂ ୱାର୍ଡ଼ କାଉନସିଲର ନିରୁପମା ଦାଶ, ପୂର୍ବତନ ନଗର ସଭାପତି ସୀତାକାନ୍ତ ସ୍ବାଇଁ, ବରିଷ୍ଠ ନେତା ଗୌରାଙ୍ଗ ଦାସ, ଶୈଳେନ୍ଦ୍ର ଦାଶ, ହୃଷିକେଶ ପାତ୍ର, ରାଜା ପାଣିଗ୍ରାହୀ ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri