ପୋଲ ନାହିଁ,ନଦୀ ଭିତରେ ପଶି ଯାତାୟାତ କରୁଛନ୍ତି ଲୋକେ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦାସିଂବାଡ଼ି ପଞ୍ଚାୟତର ଗଡ଼ାପାକାଲି ଗ୍ରାମକୁ ଏବେ ବ୍ଲକ ପ୍ରଶାସନ ଫୋକସ କରୁଛି। ଗାଁକୁ ରାସ୍ତା ସଂପ୍ରସାରଣ ସହ ଚାଷଜମି ଉନ୍ନତୀକରଣ, ଚାଷ ପାଇଁ କୂପ ଖନନ ସହ ପିଇବା ପାଣି ପାଇଁ ପ୍ରୟାସ କରାଯାଉଥିବା ଜଣାପଡ଼ିଛି। ହେଲେ ଗଡ଼ାପାକାଲି ଗ୍ରାମକୁ ସଂଯୋଗ କରୁଥିବା ନଦୀ ପାର୍‌ ହେବା ପାଇଁ ଏବେ ମଧ୍ୟ ଭଲ ରାସ୍ତା ଟିଏ ନାହିଁ । ଆଜି ପର୍ଯ୍ୟନ୍ତ ଉକ୍ତ ନଦୀ ଉପରେ ପୋଲ ନିର୍ମାଣ ହୋଇନାହିଁ ା ଫଳରେ ଗଡ଼ାପାକାଲି ଗ୍ରାମର ଲୋକେ ବର୍ଷ ତମାମ ନଦୀ ଜଳ ଭିତରେ ପଶି ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଥିବା ବେଳେ ସରକାରୀ ହେଉକି ବେସରକାରୀ ଲୋକ ଉକ୍ତ ନଦୀ ଭିତରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି।

ଯନ୍ତ୍ରୀ ଗୋପୀନାଥ ପଲେଇ କୁହନ୍ତି, ଉକ୍ତ ପୋଲ ନିର୍ମାଣ ପାଇଁ ଲକ୍ଷାଧିକ ଅର୍ଥ ବ୍ୟୟବରାଦ ହେବ। ତେବେ ନଦୀର ଅପରପାର୍ଶ୍ୱରେ ବହୁତ କମ୍‌ ଲୋକ ବସବାସ କରୁଥିବାରୁ ସେଠାରେ ପୋଲ ନିର୍ମାଣ ନେଇ ଆଶଙ୍କା ରହିଛି। ତେବେ ଗ୍ରାମରେ ଜନଜାତି ସଂପ୍ରଦାୟର ଲୋକ ବସବାସ କରୁଥିବା ବେଳେ ସେମାନଙ୍କ ଚାଷଜମିର ଉନ୍ନତିକରଣ ପାଇଁ ଏବେ ୧ ଲକ୍ଷ ୩୦ ହଜାର ଟଙ୍କା ବ୍ୟୟବରାଦ କରି ଏମ୍‌ଜିଏନଇଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟ କରାଯାଇଛି । ଏହା ଦ୍ୱାରା ଉକ୍ତ ଅଞ୍ଚଳରେ ଲୋକଙ୍କୁ କାମ ମିଳିବା ସହ ଜମିର ଉନ୍ନତି ହୋଇଛି। ସେହିପରି ଗଡ଼ାପାକାଲି ଗ୍ରାମକୁ ମେଟାଲ ମୋରମ ରାସ୍ତା କିଛି ବାଟ ନିର୍ମାଣ କରାଯାଇଛି ସେହି ବାବଦରେ ପ୍ରାୟ ୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି।

ଅରୁଣ କୁମାର ସାହୁ

ଦାରିଙ୍ଗବାଡ଼ି


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri