ପାଣି ପାଇଁ ଲୋକେ ହନ୍ତସନ୍ତ

ବେହେରା,୨୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ପର୍ଲା ପଞ୍ଚାୟତ ସେମଲା ଗ୍ରାମରେ ନିର୍ମିତ ବସୁଧା ଯୋଜନା କାମକୁ ଆସୁ ନାହିଁ। ଗାଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବସୁଧା ଯୋଜନାରେ ନିର୍ମାଣ ହୋଇଛି ଓଭର ହେଡପାଣି ଟାଙ୍କି। ଘରକୁ ଘର ପାଇପ ବିଛାଯାଇ ସମ୍ପୂର୍ଣ୍ଣ ହୋଇଛି ନିର୍ମାଣ କାର୍ଯ୍ୟ । କିନ୍ତୁ ପାଣି ଟୋପାଏ ପାଇ ପାରୁ ନାହାନ୍ତି ଗ୍ରାମବାସୀ। ଏହି ଯୋଜନା ପରେ ଗାଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହୋଇ ଜଳ କଷ୍ଟ ଦୂର ହେବ ବୋଲି ଲୋକେ ଆଶା କରିଥିଲେ। ହେଲେ ଗ୍ରାମବାସୀଙ୍କ ଆଶା ଆଶାରେ ମଉଳି ଗଲା। କାର୍ଯ୍ୟ ସମ୍ପୂର୍ଣ୍ଣ ପରେ ଟେଷ୍ଟିଂ ପାଇଁ ୧୦ ଦିନ ଗ୍ରାମରେ ପାଣି ଛଡ଼ା ଯାଇଥିଲା। କିନ୍ତୁ ଏବେ ଅଚଳ ହୋଇ ପଡିଛି। ଅନ୍ୟପଟେ ମୁଡ୍ରାନଦୀ କୂଳରେ ନିର୍ମାଣ ହୋଇଥିବା ଇନଟେକ ପାଣିଟାଙ୍କି ନିମ୍ନମାନର କାର୍ଯ୍ୟ ଯୋଗୁ ଦୁର୍ବଳ ହେଉଥିବା ଲୋକେ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ ସେମଲା ଗ୍ରାମରେ ପ୍ରାୟ ୧୫୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟା ରହିଥିବା ବେଳେ ୮ଟି ପଡା ପାଇଁ ୭ଟି ନଳକୂପ ରହିଛି। ଅଧିକାଂଶ ନଳକୂପ ପାନୀୟ ଜଳ ବ୍ୟବହାର ଅନୁପଯୋଗୀ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏବେ ଗ୍ରୀଷ୍ମ ପ୍ରବାହରେ ସାରା ଗାଁଠୁ ସହର ଉତ୍ତାପରେ ଜଳି ଉଠୁଛି। ଲୋକେ ପାଣି ପାଇଁ ଡହଳ ବିକଳ ହୋଇ ପଡୁଛନ୍ତି। ପାନୀୟ ଜଳ ସମସ୍ୟା ଦୂର କରିବା ନିମନ୍ତେ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କୁ ଜଣାଇଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିବା ଗ୍ରାମବାସୀ କହିଛନ୍ତି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରଶାସନ ତୁରନ୍ତ ପଦକ୍ଷେପ ନେଇ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ଧର୍ମଗଡ଼ ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri