ପାଣି ପାଇଁ ଲୋକେ ଡହଳବିକଳ

ଧର୍ମଶାଳା,୧୭।୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବସୁଧା ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ଏନେଇ ବାର୍ଷିକ କୋଟିକୋଟି ଟଙ୍କା ଖର୍ଚ୍ଚ ମଧ୍ୟ ହେଉଛି। ହେଲେ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ମୁନାଫାଖୋର ନୀତି ଯୋଗୁ ଲକ୍ଷଲକ୍ଷ ଟଙ୍କାରେ ନିର୍ମିତ ଅନେକ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଲୋକେ ପାଣି ମୁନ୍ଦାଏ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ହେଲେ ପ୍ରକଳ୍ପରେ ମାସିକ ବିଦ୍ୟୁତ୍‌ ବିଲ୍‌ ଆସୁଥିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏଭଳି ଅଭିଯୋଗ ଆସିଛି ଧର୍ମଶାଳା ବ୍ଲକ କମାଗଡ଼ ପଞ୍ଚାୟତରୁ। ଉକ୍ତ ପଞ୍ଚାୟତ ଭରତପୁର ଗ୍ରାମରେ ଓଭରହେଡ୍‌ ଟାଙ୍କି ମାଧ୍ୟମରେ ବର୍ଷେ ହେଲା ପାଣି ଯୋଗାଇ ଦିଆଯାଉଥିବା କାଗଜକଲମରେ ଦର୍ଶାଯାଇଛି। ହେଲେ ପ୍ରକୃତପେକ୍ଷେ ଏହା କାର୍ଯ୍ୟକାରୀ ହୋଇ ନ ଥିବା ଦେଖିବାକୁ ମିଳିଛି। ଏହି ଅନିୟମିତତା ନେଇ ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଭରତପୁର ଗ୍ରାମରେ ବସୁଧା ଯୋଜନାରେ ଉଚ୍ଚ କ୍ଷମତା ସମ୍ପନ୍ନ ପାଣି ଟାଙ୍କ ନିର୍ମାଣ କରାଯାଇଛି। ୧ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏହି ପାଣି ଟାଙ୍କିରୁ ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇଦେବାର ଯୋଜନା ହୋଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୪୭ଲକ୍ଷ ୬୮ ହଜାର ୫ଶହ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି। ୨୦୧୮ରୁ ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୧ ମାର୍ଚ୍ଚରେ କାର୍ଯ୍ୟକ୍ଷମ ହେଲା ବୋଲି ବିଭାଗ ପକ୍ଷରୁ ଦର୍ଶାଯାଇଛି। ସୂଚନା ଅଧିକାର କର୍ମୀ ପ୍ରକଳ୍ପ ସମ୍ପର୍କରେ ବିଭାଗୀୟ କାର୍ଯ୍ୟାଳୟରୁ ତଥ୍ୟ ମାଗିବା ପରେ ପ୍ରକୃତ ଘଟଣା ସାମନାକୁ ଆସଛି। କାଗଜ କଲମରେ ଏହି ପ୍ରକଳ୍ପଟି ୨୦୨୧ ମାର୍ଚ୍ଚରୁ ଚାଲୁ ରହିଥିବା ବେଳେ ଗ୍ରାମର ୭୭ ଜଣ ପରିବାରଙ୍କ ଘରେ ପାଇପ୍‌ ଯୋଗେ ପାଣି ଯୋଇ ଦିଆଯାଉଛି ବୋଲି ତଥ୍ୟରୁ ଜଣାପଡ଼ିଛି। ତେବେ ପ୍ରକଳ୍ପଟି ଆରମ୍ଭରୁ କେବେ ହେଲେ କାର୍ଯ୍ୟକ୍ଷମ ହୋଇନାହିଁ ବୋଲି ଗ୍ରାମର ସୁଶାନ୍ତ କବି, ସସ୍ମିତା କବି ଓ ଜୟନ୍ତୀ କବି କହିଛନ୍ତି। ଅନ୍ୟପଟେ ଗ୍ରାମରେ ଗୋଟିଏ ମାତ୍ର ନଳକୂପ ଥିବାରୁ ପାଣି ପାଇଁ ମହିଳାମାନେ ପ୍ରତ୍ୟେକ ଦିନ ଏଠାରେ ଭିଡ ଲଗାଇଥାନ୍ତି। ପାଣି ମୁନ୍ଦେ ପାଇଁ ଗ୍ରାମବାସୀ ବିଡିଓ ଏବଂ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଇ ବିଫଳ ହୋଇଛନ୍ତି। ଅନ୍ୟପଟେ ଆରମ୍ଭରୁ ପ୍ରକଳ୍ପଟି କାର୍ଯ୍ୟକ୍ଷମ ହୋଇ ନଥିବା ବେଳେ ଏହା ଦୀର୍ଘ ଏକ ବର୍ଷ ହେଲା କାର୍ଯ୍ୟକ୍ଷମ ହେବା ସହ ଏବାବଦରେ ମାସକୁ ବିଦ୍ୟୁତ୍‌ ବିଲ ଆସିବା ସମସ୍ତଙ୍କୁ ଆଶ୍ୱର୍ଯ୍ୟ କରିଛି। ତେଣୁ ଏହି ଘଟଣାରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଲୋକାୟୁକ୍ତଙ୍କ ନିକଟରେ ଅପିଲ କରିଛନ୍ତି। ଘଟଣା ସମ୍ପର୍କରେ ଜିଲା ଜଳ ଯୋଗାଣ ଓ ପରିମଳ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁଶାନ୍ତ କୁମାର ଘଡ଼େଇଙ୍କୁ ପଚାରିବାରୁ ସମସ୍ତ ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି। ତେବେ ୧୫ ଦିନ ଭିତରେ ଉକ୍ତ ପ୍ରକଳ୍ପରୁ ପାଣି ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri