Posted inଗଜପତି

ଲୋକେ ପିଉଛନ୍ତି ଦୂଷିତ ପାଣି

ଆର.ଉଦୟଗିରି/ପାରଳାଖେମୁଣ୍ଡି, ୧୪ା୨(ଡି.ଏନ.ଏ.) ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ପଞ୍ଚାୟତର ଦୁରିଙ୍ଗିଗୁଡା ଗ୍ରାମରେ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ରାଜ୍ୟ ସରକାର ରାଜ୍ୟବାସୀଙ୍କ ହିତ ପାଇଁ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଚାଲିଛନ୍ତି। କିନ୍ତୁ ଉପାନ୍ତ ଗ୍ରାମଗୁଡିକରେ ସେହି ସବୁ ଯୋଜନା ଫଳପ୍ରଦ ହୋଇପାରୁନି। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ମଞ୍ଜୁର କରୁଛନ୍ତି। ହେଲେ ପ୍ରଶାସନର ଅପାରଗତା ସାଙ୍ଗକୁ ନିର୍ବାଚିତ ପ୍ରତିନିଧିଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ସବୁ ଯୋଜନା ବାଟବଣା ହୋଇଯାଉଛି। ଏଭଳି ଏକ ଜଳକ୍ଳିଷ୍ଟ ଗାଁ ହେଉଛି ମୋହନା ବ୍ଲକର ଗୁଲୁବା ପଞ୍ଚାୟତ ଅଧୀନ ଦୁରିଙ୍ଗିଗୁଡା ଗ୍ରାମ। ଦୀର୍ଘ ବର୍ଷ ଧରି ଏହି ଗ୍ରାମବାସୀ ଚୁଆଁର ଦୂଷିତ ଜଳକୁ ପାନୀୟ, ରୋଷେଇ, ଲୁଗା ସଫା, ସ୍ନାନ ଓ ଶୌ ଭାବେ ବ୍ୟବହାର କରି ଆସୁଛନ୍ତି। ଗୁଲୁବା ପଞ୍ଚାୟତ କାର୍ଯ୍ୟାଳୟଠାରୁ ମୁଠାଗୁଡା ଗ୍ରାମକୁ ଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ପାର୍ଶ୍ୱରେ ରହିଛି ଏହି ଗ୍ରାମ। ଏହି ଚୁଆଁର ଦୂଷିତ ଜଳକୁ ଗ୍ରାମର ପୁରୁଣା ସାହି ଓ ନୂଆସାହିର ଲୋକେ ବର୍ଷ ବର୍ଷ ଧରି ବ୍ୟବହାର କରୁଛନ୍ତି। ଫଳରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଥିବା କହିଛନ୍ତି। ଆଗକୁ ଗ୍ରୀଷ୍ମ ଋତୁ ଆସୁଥିବାରୁ ଜଳ କଷ୍ଟ ଦୂର ପାଇଁ ଗ୍ରାମରେ ଗୋଟିଏ ବି ନଳକୂପ ନ ଥିବାରୁ ତୁରନ୍ତ ଦୁଇଟି ସାହିରେ ୨ଟି ନଳକୂପ ଖନନ କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?